BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏଫସି ଗୋଆ ଦଳ କଳିଙ୍ଗ ସୁପର କପ୍ ବିଜେତା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଅନୁଷ୍ଠିତ ହେଉଥିବା କଳିଙ୍ଗ ସୁପର କପ୍ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଆଜି ସମାପ୍ତ ହୋଇଛି। ଏଫସି ଗୋଆ ଦଳ କଳିଙ୍ଗ ସୁପର କପ୍-୨୦୨୫ର ବିଜେତା ହୋଇଛନ୍ତି। ଆଜିର ଫାଇନାଲ ମ୍ୟାଚ୍ ଏଫସି ଗୋଆ ଏବଂ ଜମଶେଦପୁର ଏଫସି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଫସି ଗୋଆ ଦଳ ଆଜିର ମ୍ୟାଚ୍‌ରେ ବିଜୟ ହାସଲ କରିବା ସହିତ କଳିଙ୍ଗ ସୁପର କପ୍-୨୦୨୫ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟର ଚମ୍ପିୟାନ୍‌ ହୋଇଛନ୍ତି।

ଆଜିର ଫାଇନାଲ୍ ମ୍ୟାଚ୍‌ରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଝାରସୁଗୁଡ଼ା ବିଧାୟକ ତଥା ଓଡ଼ିଶା ଫୁଟବଲ୍‌ ସଂଘର ସଭାପତି ଶ୍ରୀ ଟଙ୍କଧର ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା ପ୍ରମୁଖ ଉପସ୍ଥିତ ରହି ସମସ୍ତ ଖେଳାଳୀମାନଙ୍କର ଉତ୍ସାହ ବର୍ଦ୍ଧନ କରିବା ସହିତ ବିଜେତା ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଥିଲେ।

ପ୍ରକାଶଯୋଗ୍ୟ ଯେ, ଏପ୍ରିଲ ୨୦ ତାରିଖ ଠାରୁ ମେ’ ୩ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମ୍ ଠାରେ କଳିଙ୍ଗ ସୁପର କପ୍ -୨୦୨୫ର ଆୟୋଜନ କରାଯାଇଥିଲା। ଷ୍ଟାଡ଼ିୟମ୍‌ରେ ଦର୍ଶକ, କ୍ରୀଡ଼ାବିତ ଓ କ୍ରୀଡ଼ା ପ୍ରଶଂସକମାନେ ଅନୁଷ୍ଠିତ ହୋଇଥିବା ସମସ୍ତ ମ୍ୟାଚ୍‌ରେ ଉପସ୍ଥିତ ରହି ମ୍ୟାଚ୍‌କୁ ଉପଭୋଗ କରିବା ସହିତ କ୍ରୀଡ଼ାବିତମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ।