BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦ୍ବିତୀୟ ଲହର ନେଲାଣି ୨୪୪ ଡାକ୍ତରଙ୍କ ଜୀବନ।

ନୂଆଦିଲ୍ଲୀ,୧୭।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଇଣ୍ଡିଆନ୍‌ ମେଡ଼ିକାଲ ଆସୋସିଏଶନ ଅନୁସାରେ ଦ୍ୱିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ୨୪୪ ଜଣ ଡାକ୍ତରଙ୍କ ଜୀବନ ଯାଇଛି। ସେଥିମଧ୍ୟରେ ୨୮ ଜଣ ମହିଳା ଡାକ୍ତର ଅଛନ୍ତି। ସେମାନଙ୍କ ମଧ୍ୟରେ ୩-୪ ଜଣ ଗର୍ଭବତୀ ଥିଲେ। ସେହିପରି ମୃତକଙ୍କ ମଧ୍ୟରେ ୨୧୬ ଜଣ ପୁରୁଷ ଡାକ୍ତର ରହିଥିବା ଆସୋସିଏଶନ ପକ୍ଷରୁ କୁହାଯାଇଛି। ବିହାରରେ ଗୋଟିଏ ଦିନରେ ଦ୍ୱିତୀୟ ଲହରରେ ୪୯ ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ କରୋନାରେ ଆକ୍ରାନ୍ତ ହୋଇ ୭୫୬ ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ୩୦ରୁ ୫୫ ବର୍ଷ ବୟସ୍କ ଡାକ୍ତରଙ୍କ ସଂଖ୍ୟା ଅଧିକ ଥିବା ଆସୋସିଏଶନ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।