BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ଅଧିନରେ ସେକ୍ଟର ତିନି ଠାରେ ଚାଲୁଥିବା ନୀଳାଦ୍ରି ବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ନୀଳାଦ୍ରି ବିହାର ଦୁର୍ଗା ପଡିଆ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାତା ଦୀନବନ୍ଧୁ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ମୁଖ୍ୟବକ୍ତା ଭାବେ ପଟିଆ ମଧୁସୂଦନ ଦେବ ଡିଗ୍ରି କଲେଜର ଅଧ୍ୟକ୍ଷ ପ୍ରଶାନ୍ତ ରାଉତ, ସମ୍ମାନିତ ଅତିଥି ଭାବେ ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପାତ୍ର, ୧୪ ନମ୍ବର ଓାର୍ଡର କର୍ପୋରେଟର ମୋନାଲିସା ସାହୁ, ୬ ନମ୍ବର କର୍ପୋରେଟର ପ୍ରୀତିନନ୍ଦା ରାଉତରାୟ, ଶିକ୍ଷାବିତ ଚିତ୍ତରଞ୍ଜନ ଦାସ, ଡ ମନୋଜ କୁମାର ଦାସ ପ୍ରମୁଖ ଯୋଗଦେଇ ବିଦ୍ୟା ମନ୍ଦିରର ସଂସ୍କରାତ୍ମକ ଶିକ୍ଷାଦାନ ପଦ୍ଧତିକୁ ପ୍ରଶଂସା କରିଥିଲେ । ଏଥି ସହିତ ପିଲା ମାନେ ଭଲ ପାଠପଢି ବଡ ମାଣିଷ ହୋଇ ବିଦ୍ୟାଳୟର ନାମ ଟେକ ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯୂକ୍ରମ ଅନୁଷ୍ଠିତ ହୋଇଥିଲା । କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ସାମ୍ବାଦିକ ସୁକାନ୍ତ ରାଉତ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଦ୍ୟା ମନ୍ଦିରର ଗୁରୁଜୀ ଗୁରୁମା ସହଯୋଗ କରିଥିଲା ବେଳେ ବରିଷ୍ଠ ଗୁରୁମା ଦମୟତୀ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।