BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପ୍ରାକ ମୌସମୀ ବର୍ଷା ପ୍ରଭାବରୁ ଅମଳ ଧାନର ସୁରକ୍ଷା ନିମନ୍ତେ ପଦକ୍ଷେପ, ମଣ୍ଡି ଗୁଡିକରେ ବ୍ୟାପକ ପଲିଥିନ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ଚଳିତ ରବି ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ଅଦିନିଆ ବର୍ଷା ହେଉଥିବା ବେଳେ ଖୁବଶିଘ୍ର ପ୍ରାକ ମୌସମୀ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗର ଆକଳନକୁ ଦୃଷ୍ଟିରେ ରଖି ମଣ୍ଡିରେ ଧାନ ସୁରକ୍ଷା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଏସମ୍ପର୍କରେ ରାଜ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ସମବାୟ ସମିତି ସମୁହ ନିବନ୍ଧକ ଶ୍ରୀ ସିଦ୍ଧାର୍ଥ ଦାସଙ୍କ ଅଧ୍ୟକ୍ଷତାରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ସମ୍ପୃକ୍ତ ଜିଲ୍ଲା ଯୋଗାଣ ଅଧିକାରୀ, ସମବାୟ ସମିତି ଉପ ନିବନ୍ଧକ ଓ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

ବର୍ଷାକୁ ଦୃଷ୍ଟିରେ ରଖି ଧାନକିଣା ପ୍ରକ୍ରିୟାକୁ ଚାଲୁ ରଖିବା ସହିତ ଅମଳ ଧାନର ସୁରକ୍ଷା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକୀୟ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଚାଷୀମାନଙ୍କୁ ଆଗୁଆ ସଚେତନ କରାଯିବା ସହ ପାଣିପାଗ ସଂପର୍କରେ ସୂଚନା ଦିଆଯାଇଛି। ଏଥି ନିମନ୍ତେ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ଯୋଗାଣ ଅଧିକାରୀ ଏ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତି । ମଣ୍ଡିରେ ଗଚ୍ଛିତ ଥିବା ଧାନଗୁଡ଼ିକୁ ଘୋଡେଇ ରଖିବା ନିମନ୍ତେ ଆବଶ୍ୟକ ପଲିଥିନ୍‌ ଯୋଗାଇଦେବା ପାଇଁ ପରାମର୍ଶ ଦିଆଯାଇଛି। ଏଥି ସହ ଅଗ୍ରାଧିକାର ଭିତ୍ତିରେ ଧାନ ଉଠାଣ ପାଇଁ ମିଲରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଧାନଗୁଡ଼ିକର ସଂରକ୍ଷଣ ଏବଂ ବର୍ଷାରୁ ସୁରକ୍ଷିତ ରଖିବା ପାଇଁ ବିଭିନ୍ନ ପର୍ଯ୍ୟାୟରେ ଅଧିକାରୀମାନଙ୍କ ପକ୍ଷରୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଉଛି। ଧାନ ରଖା ଯାଇଥିବା ସ୍ଥାନର ଚାରି ପାଖରେ ବର୍ଷା ଜଳ ନିଷ୍କାସନ ବ୍ୟବସ୍ଥା ଓ ଉପଯୁକ୍ତ ସୁରକ୍ଷା ଥିବା ଗାଡି ମାଧ୍ୟମରେ ଧାନ ପରିବହନ କରିବାକୁ ମଧ୍ୟ୍ୟ ଆବଶ୍ୟକୀୟ ନିର୍ଦ୍ଦେଶ ଜାରି କରାଯାଇଛି । ଏତଦବ୍ୟତୀତ ପାଣିପାଗ ଉପରେ ନଜର ରଖାଯାଇ ବିହିତ ପଦକ୍ଷେପ ଗ୍ରହଣ କରାଯାଉଛି।

ଏତଦବ୍ୟତୀତ ପ୍ରତ୍ୟେକ ମଣ୍ଡିରେ ଅସ୍ଥାୟୀ ଆଶ୍ରୟସ୍ଥଳ, ପାନୀୟ ଜଳ, ଓ଼ଆରଏସ ବ୍ୟବସ୍ଥା ଆଦି ସୁନିଶ୍ଚିତ କରିବାକୁ ଶ୍ରୀ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତ୍ୟେକ ମଣ୍ଡିରେ ସିସିଟିଭି ମାଧ୍ୟମରେ ତୀକ୍ଷଣ ନଜର ରଖାଯିବା ସହ ମଣ୍ଡିରୁ ମିଲକୁ ଯାଉଥିବା ଧାନ ଗୁଡିକ ଉପରେ ମଧ୍ୟ ସ୍ୱତନ୍ତ୍ର ଧ୍ୟାନ ରଖିବା ପାଇଁ ବୈଠକରେ ଆଲୋଚନା ହୋଇଛି। ଉକ୍ତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ସାଧାରଣ ବଣ୍ଟନ ସାଧାରଣ ପରିଚାଳକ ଶ୍ରୀ ସୁଧାକର ଶବର, ଧାନ ସଂଗ୍ରହ ସାଧାରଣ ପରିଚାଳକ ଶ୍ରୀମତୀ ଏଲୋରା ସାମଲ, ପ୍ରଶାସନିକ ସାଧାରଣ ପରିଚାଳକ ଶ୍ରୀମତୀ ପ୍ରଣତି ପ୍ରିୟଦର୍ଶିନୀ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।