BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ।

ଭୁବନେଶ୍ୱର,୬ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କଣ୍ଟେନମେଣ୍ଟ। ଫରେଷ୍ଟ ପାର୍କ ଅଞ୍ଚଳର ୫୨ ନମ୍ବର ଓ୍ବାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛି ବିଏମ୍‌ସି। ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟ୍‌କୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସଂପୃକ୍ତ ଅଞ୍ଚଳରୁ କେହି ଆସିପାରିବେନି କିମ୍ବା ସେଠାକୁ ଯାଇପାରିବେନି ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ତଳମୁହାଁ ହୋଇଥିଲେ ଖୋର୍ଦ୍ଧା ଜିଲାରୁ ପ୍ରତିଦିନ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ରାଜ୍ୟରୁ ୫୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେବଳ ଖୋର୍ଦ୍ଧା ଜିଲାରୁ ୨୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଗକୁ ଆସୁଛି ପାର୍ବଣ ଋତୁ। ତେଣୁ ସଂକ୍ରମଣ ବଢ଼ିବା ଆଶଙ୍କାରେ ବିଏମ୍‌ସି ପକ୍ଷରୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି।