BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସଡକ ଦୁର୍ଘଟଣାରେ ସ୍ବାମୀ, ସ୍ତ୍ରୀ ମୃତ୍ୟୁ।

ଚଣ୍ଡିଖୋଲ,୧୧।୪ (ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ରବିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ବର୍ଷର ଝିଅ ଗୁରୁତର ହୋଇଛନ୍ତି। ମୃତକ ହେଲେ ମୟୂରଭଞ୍ଜ ଜିଲାର କରଞ୍ଜିଆ ଥାନା ଅନ୍ତର୍ଗତ ବଡଦେହୁରୀ ଗ୍ରାମର ଲକ୍ଷ୍ମୀକାନ୍ତ ମାଟିଆ ଓ ସ୍ତ୍ରୀ ମଞ୍ଜୁଲତା। ତାଙ୍କର ୮ ବର୍ଷର ଝିଅ ଗାୟତ୍ରୀ ଗୁରୁତର ଅବସ୍ଥାରେ କଟକରେ ଚିକିତ୍ସାଧୀନ ଅଛନ୍ତି। ସେମାନେ ସକାଳେ ଭୁବନେଶ୍ବରରୁ ବାଇକ ଯୋଗେ ଫେରୁଥିବା ବେଳେ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିଲା। ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିଛି।