BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୧୯ ରୁ ବନ୍ଦ ରହିବ ଉଚ୍ଚଶିକ୍ଷା ଅନୁଷ୍ଠାନ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରୋକିବା ନିମନ୍ତେ କଠୋର ପଦକ୍ଷେପର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଦଶମ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଶୁକ୍ରବାର ଉଚ୍ଚଶିକ୍ଷା ଅନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ତଦନୁଯାୟୀ, ଆସନ୍ତା ୧୯ ତାରିଖଠାରୁ ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକ ବନ୍ଦ ରହିବ। ଶ୍ରେଣୀ ଗୃହ କ୍ଲାସ ଏବଂ ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ରହିଛି। ପରିସ୍ଥିତି ଦେଖିବା ପରେ ପରୀକ୍ଷା ସମୟ ଧାର୍ଯ୍ୟ କରାଯିବ ବୋଲି କୁହାଯାଇଛି। ଶିକ୍ଷାନୁଷ୍ଠାନଗୁଡ଼ିକରେ ଥିବା ହଷ୍ଟେଲକୁ ବନ୍ଦ ରଖିବାକୁ ଘୋଷଣା ହୋଇଛି। ୧୯ ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଛଡ଼ା ଏହି ସମସ୍ତ ଶିକ୍ଷାନୁଷ୍ଠାନ ୫୦% କର୍ମଚାରୀଙ୍କୁ ନେଇ ଚାଲିବାକୁ କୁହାଯାଇଥିବା ବେଳେ ଠିକ ସମୟରେ ସିଲାବସ୍‌ ସାରିବାକୁ ଅନ୍‌ଲାଇନ୍‌ କ୍ଲାସ କରିବାକୁ ପରାମର୍ଶ ଦିଆଯାଇଛି।