BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଚଳଚ୍ଚିତ୍ର ଅଭିଲେଖାଗାର ପ୍ରତିଷ୍ଠା ନେଇ ଓଡ଼ିଶା ସରକାର ଓ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌ ମଧ୍ୟରେ ଏମ୍ଓୟୁ ସ୍ଵାକ୍ଷରିତ 

ଶେଷ ହେଲା ୧୦ମ ଚଳଚ୍ଚିତ୍ର ସଂରକ୍ଷଣ ଏବଂ ପୁନରୁଦ୍ଧାର କର୍ମଶାଳା

ଭୁବନେଶ୍ଵର: ଚଳଚ୍ଚିତ୍ର ଆମ ସାମାଜିକ ସାଂସ୍କୃତିକ ଜୀବନର ବାସ୍ତବ ପ୍ରତିଛବି। ଏହାର ସଂରକ୍ଷଣ ଦ୍ଵାରା ଆମ ସ୍ମୃତିରୁ ହଜି ଯାଉଥିବା ଲୋକପ୍ରିୟ ସିନେମା ପୁଣି ଜୀବନ୍ତ ହୋଇଉଠିବ ବୋଲି କହିଛନ୍ତି ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। କଲଭୂମି ଠାରେ ଅନୁଷ୍ଠିତ ହୋଇଥିବା ୧୦ମ ଚଳଚ୍ଚିତ୍ର ସଂରକ୍ଷଣ ଏବଂ ପୁନରୁଦ୍ଧାର କର୍ମଶାଳାର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସେ ଏହା କହିଛନ୍ତି।

ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ, ପୁରୁଣା ଓଡ଼ିଆ ଚଳଚ୍ଚିତ୍ର ଭବିଷ୍ୟତ ପିଢ଼ି ପାଇଁ ପ୍ରେରଣାର ଉତ୍ସ।  ଏହାକୁ ସାଇତି ରଖିବା ଦାୟିତ୍ଵ ହେଉଛି ଆମର।

ଓଡ଼ିଶା ସରକାର ଓ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌ ମଧ୍ୟରେ ରାଜ୍ୟ ଚଳଚ୍ଚିତ୍ର ଅଭିଲେଖାଗାର ପ୍ରତିଷ୍ଠା ନେଇ ଏକ ଏମ୍ଓୟୁ ସ୍ଵାକ୍ଷରିତ ହୋଇଥିଲା।  ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ଏବଂ  ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌ର ନିର୍ଦ୍ଦେଶକ ଶିବେନ୍ଦ୍ର ସିଂ ଡୁଙ୍ଗରପୁର ଏହି ଏମ୍ଓୟୁରେ ସ୍ଵାକ୍ଷର କରିଥିଲେ।

ସୂଚନାଯୋଗ୍ୟ, ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌, ଇଣ୍ଟରନ୍ୟାସନାଲ୍ ଫେଡେରେସନ୍ ଅଫ୍ ଫିଲ୍ମ ଆରକାଇଭସ୍ ଓ ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମିଳିତ ସହଯୋଗରେ ଏହି “୧୦ମ ଚଳଚ୍ଚିତ୍ର ସଂରକ୍ଷଣ ଏବଂ ପୁନରୁଦ୍ଧାର କର୍ମଶାଳା” ନଭେମ୍ବର ୧୨ ତାରିଖଠାରୁ ଆୟୋଜନ ହୋଇଥିଲା। ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ, କଳାଭୂମିଠାରେ ଆରମ୍ଭ ହୋଇଥିବା କର୍ମଶାଳା ଆଜି ଶେଷ ହୋଇଛି। କର୍ମଶାଳାରେ ଯୋଗ ଦେଇଥିବା ସମସ୍ତ ୫୯ଜଣ ଅଂଶଗ୍ରହଣକାରୀଙ୍କୁ  ସାର୍ଟିଫିକେଟ୍ ଏଵଂ ମେମେଣ୍ଟୋ  ପ୍ରଦାନ କରାଯାଇଥିଲା।