BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି, ପେନସନ୍‌ଭୋଗୀଙ୍କ ଟିଆଇରେ ମଧ୍ୟ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।