BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍‌) 

ରେଙ୍ଗାଲି, ବାଲିଆପାଳ ଓ ଲେଫ୍ରିପଡାରେ ନୂଆ ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର : ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର (Jurisdiction) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍‌ ସିଭିଲ୍‌ ଜଜ୍‌ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା।