BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଡାଲିରେ ଆତ୍ମନିର୍ଭର ଅଧୀନରେ ଓଡ଼ିଶା ଏକ “ବିହନ କେନ୍ଦ୍ର” ହେବା ଉଚିତ – ଉପମୁଖ୍ୟମନ୍ତ୍ରୀ

ଯେକୌଣସି ଋତୁରେ, ତୀବ୍ର ଗରମ ସହନଶୀଳ, ଉଚ୍ଚ ଅମଳକ୍ଷମ ହରଡ଼ ପ୍ରଜାତି ବିକଶିତ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ସଘନ କୃଷି କାର୍ଯ୍ୟକ୍ରମ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ବିଲୁପ୍ତପ୍ରାୟ ଖାଦ୍ୟର ପୁନରୁଦ୍ଧାର ବିଷୟରେ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ହେବା ଆହ୍ୱାନରେ ଅନୁପ୍ରାଣିତ ହୋଇ ଡାଲି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ପାଇଁ ଓଡ଼ିଶା କ୍ଲଷ୍ଟର ପଦ୍ଧତି ମାଧ୍ୟମରେ ରାଜ୍ୟରେ ହରଡ଼, କଳା ଚଣା ଏବଂ ଅନ୍ୟାନ୍ୟ ଡାଲି ଜାତୀୟ ଫସଲ ଚାଷକୁ ପ୍ରୋତ୍ସାହିତ କରିବାକୁ ନିଷ୍ପତ୍ତି ନେଇଛି।

ICRISAT ଦ୍ୱାରା ବିକଶିତ ICPV25444 ନାମକ ଏକ ହରଡ଼ ପ୍ରଜାତି, ଯାହା ସବୁ ଋତୁରେ ଚାଷ କରାଯାଇପାରିବ, ଏହା ୪୫° ସେଲସିୟସ୍ ପର୍ଯ୍ୟନ୍ତ ତୀବ୍ର ଉତ୍ତାପ ସହନଶୀଳ ଏବଂ ୧୨୦ ଦିନ ସମୟ ମଧ୍ୟରେ ଉତ୍ପାଦନ କରାଯାଇପାରିବା ଭଳି ପ୍ରଜାତି ବିକଶିତ ହୋଇଛି। ଡାଲି କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ପରିପ୍ରେକ୍ଷୀରେ ଏହି କିସମ ଏକ ଯୁଗାନ୍ତକାରୀ ପରିବର୍ତ୍ତକ ହୋଇପାରିବ।

ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଉପରୋକ୍ତ ବିକଶିତ ହରଡ଼ କିସମ ସହିତ ଡଙ୍ଗରରାଣୀ ଏବଂ କାନ୍ଦୁଲ ଭଳି ପାରମ୍ପରିକ କିସମ ମଧ୍ୟ ଚାଷ କରିବାକୁ ପରାମର୍ଶ ଦେଇଛନ୍ତି, ଯାହା ଏବେ ଓଡ଼ିଶା ରାଜ୍ୟ ବିହନ ନିଗମ ଲିମିଟେଡ୍ ଦ୍ୱାରା ବିଲୁପ୍ତ ପ୍ରାୟ କିସମ ବର୍ଗରେ ଆସୁଅଛି। ଡାଲିରେ ଆତ୍ମନିର୍ଭର ଅଧୀନରେ ଓଡ଼ିଶା ଏକ “ବିହନ କେନ୍ଦ୍ର” ହେବା ଉଚିତ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢୀ, କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା, ଉଦ୍ୟାନ ନିର୍ଦ୍ଦେଶକ ଶ୍ରୀ କାଲୁଙ୍ଗେ ଗୋରଖ ୱାମନ, କୃଷି ବିଭାଗ, ଉଦ୍ୟାନ ନିର୍ଦ୍ଦେଶାଳୟ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟ, ICRISAT, ICARDA ର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।