BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବାଲିଯାତ୍ରା ଆମ ଓଡ଼ିଆ ସଂସ୍କୃତିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିପାରିଛି

ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୮୮ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆଜି ୮୮ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ “ନୌବାଣିଜ୍ୟ, ବାଲିଯାତ୍ରା ଏବଂ ଓଡ଼ିଆ ଅସ୍ମିତା” ଶୀର୍ଷକ ଉପରେ ଆଲୋଚନା କରାଯାଇଥିଲା।

ଆଜିର ୮୮ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମରେ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର ଅମିୟ କୁମାର ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ଏଥିସହ ବାଲିଯାତ୍ରା ଆମ ଓଡ଼ିଆ ସଂସ୍କୃତିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିପାରିଛି ବୋଲି ମତପ୍ରକାଶ କରିଥିଲେ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବପ୍ରସାଦ ଦାଶ କହିଥିଲେ ଯେ, ଓଡ଼ିଶାର ନୌବାଣିଜ୍ୟ ପରମ୍ପରା ଆମ ଓଡ଼ିଆ ଅସ୍ମିତାର ପ୍ରତୀକ। ବାଲିଯାତ୍ରା ଆମ ଓଡ଼ିଶାର ସଂସ୍କୃତିକୁ ସମୃଦ୍ଧ କରିବା ସହ ଏହାର ପ୍ରଚାର ଓ ପ୍ରସାର କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି ବୋଲି ଶ୍ରୀ ଦାଶ କହିଥିଲେ।

କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ଅଭିଲେଖାଗାରର ଅଧୀକ୍ଷକ ଡ଼. ଶେଖ ସୋଲେମାନ ଅଲ୍ଲୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଅନୁଶାସନ ସଚିବ ବନାନୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।