BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମାଟ୍ରିକ ପରୀକ୍ଷା କେତେ ମାର୍କ ହେବ ଓ କେଉଁଠୁ କେତେ ପଡିବ ଜାଣନ୍ତୁ।

ଭୁବନେଶ୍ୱର, ୩ା୧ (ବ୍ୟୁରୋ):ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର୍ଥୀ ୮୦ ମାର୍କର ପରୀକ୍ଷା ଦେବେ । ପରୀକ୍ଷା ସରିବାର ୪୫ରୁ ୫୦ ଦିନ ମଧ୍ୟରେ ଫଳାଫଳ ପ୍ରକାଶ ପାଇବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।

ତେବେ ୫୦ ମାର୍କ ଅବଜେକଟିଭ ଓ ୩୦ ମାର୍କ ସବଜେକଟିଭ ରହିବ । ପରୀକ୍ଷାର୍ଥୀ ୮୦ରୁ ରଖିଥିବା ମାର୍କକୁ ଭିତ୍ତିକରି ଅବଶିଷ୍ଟ ୨୦ ମାର୍କର ମୂଲ୍ୟାୟନ ହେବ ବୋଲି କୁହାଯାଇଛି । ଆସନ୍ତା ମେ ମାସରେ ହେବାକୁ ଥିବା ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ସହ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି । କୋଭିଡ କଟକଣା ଯୋଗୁ ବନ୍ଦ ଥିବା ଶିକ୍ଷାନୁଷ୍ଠାନ ଆସନ୍ତା ୮ ତାରିଖରେ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।

ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବା ତାରିଖ ସ୍ଥିର ହେବା ପରେ ଏବେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସରକାର ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପାଠପଢ଼ାରେ ଛାତ୍ରଛାତ୍ରୀଙ୍କର ଯେଭଳି ବିଶେଷ ଅସୁବିଧା ସୃଷ୍ଟି ନହେବ, ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଉଛି । ହଷ୍ଟେଲ ପିଲାମାନଙ୍କର ସ୍ୱାସ୍ଥ୍ୟ ସମ୍ପର୍କିତ ସମସ୍ତ ଦାୟିତ୍ୱ ସ୍କୁଲ ଉପରେ ନ୍ୟସ୍ତ ରହିବ । ଏନେଇ ଖୁବଶୀଘ୍ର ଏକ ମାର୍ଗଦର୍ଶିକ