BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବିଦ୍ୟୁତ ଶୁଳ୍କ ବୃଦ୍ଧି ବିରୁଦ୍ଧରେ କ°ଗ୍ରେସର ଧାରଣା।

ଭୁବନେଶ୍ୱର, ୭ା୪(ବ୍ୟୁରୋ): ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ କଂଗ୍ରେସ କର୍ମୀମାନେ ଓଇଆର୍‌ସି କାର୍ଯ୍ୟାଳୟର ଗେଟ୍‌ ଖୋଲି ଜୋର ଜବରଦସ୍ତ ଭିତରକୁ ପଶିବାକୁ ଚେଷ୍ଟା କରିଥିଲେ। ବିକ୍ଷୋଭ ଶେଷରେ ରାଜ୍ୟପାଳଙ୍କ ଉଦ୍ଦ୍ୟେଶରେ ଓଆଇଆର୍‌ସି ଅଧ୍ୟକ୍ଷଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ବିକ୍ଷୋଭରେ ଯୋଗଦେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ୨୦୧୬ର ବିମୁଦ୍ରୀକରଣ ଓ ବର୍ତ୍ତମାନର କରୋନା ମହାମାରୀର ସମ୍ମୁଖୀନ ହୋଇ ରାଜ୍ୟବାସୀ ହନ୍ତସନ୍ତ ହୋଇପଡ଼ିଛନ୍ତି। ଏଭଳି ସମୟରେ କର୍ମାଗତ ଭାବେ ୬ ମାସ ତଳେ ୟୁନିଟ୍‌ ପିଛା ୨୦ ପଇସା ଓ ଏବେ ୩୦ ପଇସା ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ କଂଗ୍ରେସ ବିରୋଧ କରିଛି। ବିଶେଷଭାବେ ଏହାଦ୍ୱାରା ମଧ୍ୟବିତ୍ତ, ନିମ୍ନମଧ୍ୟବିତ୍ତ ଓ ଗରିବ ଶ୍ରେଣୀର ଲୋକ ଗୁରୁତର ପ୍ରଭାବିତ ହୋଇଛନ୍ତି। ତେଣୁ ରାଜ୍ୟ ସରକାର ତୁରନ୍ତ ଏହି ନିଷ୍ପତ୍ତି ପ୍ରତ୍ୟାହାର କରିନିଅନ୍ତୁ। ପୂର୍ବରୁ ବ୍ଲକ୍‌ ଓ ନଗର କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି। ଯଦି ସରକାର ନିଜ ନିଷ୍ପତ୍ତି ନ ବଦଳାନ୍ତି ତେବେ କଂଗ୍ରେସ ରାସ୍ତାକୁ ଓହ୍ଲାଇବା ଲାଗି ପଛଘୁଞ୍ଚା ଦେବ ନାହିଁ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଦଳର ବହୁ ବରିଷ୍ଠ ନେତା ଓ କର୍ମୀମାନେ ଯୋଗଦେଇଛନ୍ତି।