BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜି ବିଭିନ୍ନ ଜିଲ୍ଲାକୁ ବର୍ଷା ସହିତ ଝଡତୋଫାନ।

ଭୁବନେଶ୍ୱର୧୧/୫(ବ୍ୟୁରୋ): କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୨୪ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଅନୁଭୂତ ହୋଇପାରେ। ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ସତର୍କ ସୂଚନା ଦିଆଯାଇଛି। ଏସବୁ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ। ୩୦ରୁ ୪୦କିମି ବେଗରେ ପବନ ବହିବ। ଜିଲାପାଳମାନେ ସତର୍କ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ୍‍ଆୟୁକ୍ତ(ଏସ୍‍ଆରସି)ଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।
କାଳବୈଶାଖୀ ଜନତି ବର୍ଷା ପବନ ଯୋଗୁଁ ତାପମାତ୍ରା ହ୍ରାସ ପାଇଛି। ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଥିବାବେଳେ ବୌଦ୍ଧ ୩୯.୫, ଭୁବନେଶ୍ୱର ୩୭ ଏବଂ କଟକରେ ୩୫.୮ ପାରଦ ଡିଗ୍ରୀ ରହିଛି। କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ୪ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ। କିନ୍ତୁ ପରବର୍ତ୍ତୀ ସମୟରେ ପ୍ରାୟ ସ୍ଥାନରେ ୩ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ପାଇବ। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଚାନ୍ଦବାଲି, କଟକ, ଭୁବନେଶ୍ୱର, ଫୁଲବାଣୀ, ଟିଟିଲାଗଡ, ଦାରିଙ୍ଗବାଡି, ପୁରୀ, କୋରାପୁଟ ଏବଂ ଅନୁଗୋଳରେ ବର୍ଷା ହୋଇଛି।