BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୋଲିସ ସାମ୍ନାରେ ବେକ କାଟିଦେଲା ଯୁବତୀ

ସୋନପୁର, ୭।୧୨(ନି.ପ୍ର.): ସୋନପୁର ସହର କୁମ୍ଭାରପଡାରେ ସୋମବାର ରାତିରେ ଏକ ହାଇଡ୍ରାମା ଦେଖିବାକୁ ମିଳିଥିଲା। ଲକ୍ଷ୍ମୀ ବେହେରା(୪୨) ନାମ୍ନୀ ଜଣେ ମହିଳା ସହରସ୍ଥିତ ନୂଆପଡା ଅଞ୍ଚଳର ରାଜେଶ ମେହେରଙ୍କ ଘର ସମ୍ମୁଖକୁ ଯାଇ ପାଟିତୁଣ୍ଡ କରୁଥିଲେ। ଏନେଇ ରାଜେଶଙ୍କ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ପିସିଆର ଭ୍ୟାନ ପହଞ୍ଚତ୍ ଲକ୍ଷ୍ମୀଙ୍କୁ ବୁଝାଶୁଝା କରୁଥିଲେ। ଏହି ସମୟରେ ଲକ୍ଷ୍ମୀ ଉତ୍ତ୍ୟକ୍ତ ହୋଇ ଧରିଥିବା ଏକ କ୍ଷୁରରେ ବେକକୁ କାଟି ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ବୁର୍ଲା ଭିମସାର ସ୍ଥାନାନ୍ତର କରାଯାଇଛି। ଲକ୍ଷ୍ମୀ ଆତ୍ମହତ୍ୟା ଉଦ୍ୟମ କରିଥିବାରୁ ପୋଲିସ ରିପୋର୍ଟ ଅନୁସାରେ ମଙ୍ଗଳବାର ସୋନପୁର ଥାନାରେ ଏକ ମାମଲା(ନଂ.୩୬୧/୨୧)ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଛି। ତେବେ କେଉଁ କାରଣକୁ ନେଇ ଲକ୍ଷ୍ମୀ ରାଜେଶଙ୍କ ଘର ପାଖକୁ ଗଲେ ଏବଂ ବେକ କାଟି ଆତ୍ମହତ୍ୟା ଉଦ୍ୟମ କଲେ ତାହାର କାରଣ ସ୍ପଷ୍ଟ ହୋଇନାହିଁ।