BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡିଶାରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ ତଳେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା।

ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲାସ୍ଥିତ କରୋନା ହସ୍ପିଟାଲକୁ ପଠାଯାଇଥିଲା । ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଆଜି ତାଙ୍କର ଜିନୋମ ସିକ୍ୱେନ୍ସିଂ ରିପୋର୍ଟ ଓମିକ୍ରନ ସଂକ୍ରମିତ ଆସିଥିବା ସୂଚନା ଦେଇଛନ୍ତି ବଲାଙ୍ଗୀର ସିଡିଏମଓ ଡକ୍ଟର ସ୍ନେହାଙ୍ଗିନୀ ସାହୁ। ମୃତ ମହିଳାଙ୍କ ବୟସ ୫୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସୁସ୍ଥ ହୋଇଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି।