BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟ ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ପତାକା ଉତ୍ତୋଳନ କଲେ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ୭୩ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ କରିଛନ୍ତି । ସେହିପରି ସମ୍ମାନୀୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ । ପୋଲିସ ବ୍ୟାଣ୍ଡକୁ ମିଶାଇ ଏଥର ମୋଟ ୧୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଇଥିଲେ । ବିଏସଏଫ, ସିଆର୍‌ପିଏଫ, ଏସ୍‌ଓଜି, ଓଏସ୍‌ଏଏପି, ଓଡ୍ରାଫ, ଫାୟାର, ଏସ୍‌ଏସବି ଓ ୩ଟି ବ୍ରାସବ୍ୟାଣ୍ଡ ଯୋଗ ଦେଇଥିଲେ । ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପରେଡରେ ବିଏସଏଫ ଯବାନ ପ୍ରଥମ ଥର ପାଇଁ ଭାଗ ନେଇଥିଲେ। କୋଭିଡ କଟକଣା ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଥିଲା ।