BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ୟୁକ୍ରେନକୁ ସହାୟତା କରିବ ଆମେରିକା

ଓ୍ବାଶିଂଟନ,୨୬ା୧: ରୁଷିଆ-ୟୁକ୍ରେନ ବିବାଦ ଦିନକୁ ଦିନ ଜଟିଳ ପରିସ୍ଥିତି ଆଡ଼କୁ ମୁହାଁଉଛି। ରୁଷିଆର ମୁକାବିଲା ଲାଗି ଯୁଦ୍ଧଜାହାଜ ଓ ଲଢୁଆ ବିମାନ ପଠାଇଛି ନାଟୋ। ସେପଟେ ୟୁକ୍ରେନ ଛାଡ଼ି ନିଜ ଦେଶକୁ ଫେରିଆସିବା ଲାଗି ସମସ୍ତ କୂଟନୀତିଜ୍ଞଙ୍କୁ ନିର୍ଦ୍ଦେଶ ଦେଇଛି ଆମେରିକା। ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଏକପ୍ରକାର ନିଶ୍ଚିତ ହୋଇଯାଇଛି। ଆମେରିକା କୂଟନୀତିଜ୍ଞ ଆଣ୍ଟୋନି ବ୍ଲିଙ୍କେନ ୟୁରୋପୀୟ ରାଷ୍ଟ୍ରସଂଘ ସହ ଏନେଇ ଆଲୋଚନା କରିଛନ୍ତି । ପରିସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ରୁଷିଆର ବୈଦେଶିକ ମନ୍ତ୍ରୀ ଜେନେଭା ଗସ୍ତରେ ଯାଇଛନ୍ତି ।

ଯଦି ରୁଷିଆ ୟୁକ୍ରେନକୁ ସୈନ୍ୟ ପଠାଏ ତେବେ ଏହା ବିରୋଧରେ କଡ଼ା ପଦକ୍ଷେପ ନିଆଯିବ ବୋଲି ଓ୍ବାଶିଂଟନ ୟୁରୋପୀୟ ସଂଘ କହିଛି। ୨୦୧୪ରେ ୟୁକ୍ରେନର କ୍ରିମିଆ ଉପରେ ମସ୍କୋର ଆକ୍ରମଣକୁ ନେଇ ଏହି ବିବାଦ ବଢ଼ିଛି। ସେହିଦିନଠାରୁ ଦୁଇ ଦେଶ ମଧ୍ୟରେ ତିକ୍ତତା ଲାଗି ରହିଛି। ଫଳରେ ୧୩ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଲେଣି । ରୁଷିଆ ଆକ୍ରମଣ କଲେ ଆମେରିକା ୟୁକ୍ରେନକୁ ସହାୟତା କରିବ ବୋଲି ଘୋଷଣା କରିଛି।