BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ସାମ୍ବାଦିକଙ୍କ ମୃତ୍ୟୁ

କଳାହାଣ୍ଡି,୫/୨(ବ୍ୟୁରୋ) କଳାହାଣ୍ଡି ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । ମାଓବାଦୀ ବିଛାଇ ଥିବା ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ମୃତ ସାମ୍ବାଦିକ ହେଲେ ରୋହିତ ବିଶ୍ବାଳ । ତାଙ୍କ ଘର ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରିରେ।
ସୂଚନାଯୋଗ୍ୟ କରଲାଖୁଣ୍ଟାରେ ମାଓବାଦୀଙ୍କ ପୋଷ୍ଟର ଏକ ଗଛରେ ଲାଗିଥିବା ବେଳେ ତଥ୍ୟ ସଂଗ୍ରହ ପାଇଁ ରୋହିତ ଉକ୍ତ ଗଛ ନିକଟକୁ ଯାଇଥିଲେ। ତେବେ ହଠାତ୍‌ ବିସ୍ଫୋରଣ ହେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସିଆରପିଏଫ୍‌ ଓ ପୋଲିସ ଛାଉଣୀ କରାଯାଇଛି।
ବିସ୍ଫୋରଣରେ ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସୁରକ୍ଷା କର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି