BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କଟକ ଚଣ୍ଡୀ ମନ୍ଦିର ବିକାଶ ପାଇଁ ୭୨ କୋଟି ମଞ୍ଜୁର

ଭୁବନେଶ୍ୱର,୧୯।୫(ବ୍ୟୁରୋ): କଟକ ଚଣ୍ଡୀ ମନ୍ଦିର ବିକାଶ ଯୋଜନାକୁ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ଏଥିପାଇଁ ଖର୍ଚ୍ଚ ହେବ ୭୨ କୋଟି। ଭକ୍ତ ମାନଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ତେବେ ଏହି କାର୍ଯ୍ୟ ବର୍ଷକ ମଧ୍ୟରେ ସାରିବାକୁ ଲକ୍ଷ୍ୟ ରଖାଯାଇଛି।

ଏହି ଯୋଜନା ଅନୁଯାୟୀ, ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚାରି ପାଖରେ ପଥର ପାଚେରୀ ହେବା ସହ ୪ଟି ଦ୍ୱାର ନିର୍ମାଣ ହେବ। ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ ପଥର ବିଛାଯିବା ସହିତ ଆଲୋକୀକରଣ ଏବଂ ସିସିଟିଭି ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ ହେବ। ଏଥି ସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ, ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ମଧ୍ୟ ବିକାଶ କରାଯିବ।