BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବଡ଼ମ୍ବା ବ୍ଲକରେ ବ୍ଲକ ସ୍ତରୀୟ ଷ୍ଟାଡ଼ିୟମ୍‌ର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: କଟକ ଜିଲ୍ଲାର ବଡ଼ମ୍ବା ବ୍ଲକରେ ବ୍ଲକ ସ୍ତରୀୟ ଷ୍ଟାଡ଼ିୟମ୍‌ର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ନିଜର ଅଭିଭାଷଣରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ ଯେ, ଓଡ଼ିଶାରେ ତୃଣମୂଳ ସ୍ତରରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ପ୍ରତିଟି ଗାଁରେ କ୍ରୀଡ଼ା ପ୍ରତିଭାର ବିକାଶ କରିବା ନିମନ୍ତେ ବ୍ଲକ ସ୍ତରୀୟ ଷ୍ଟାଡ଼ିୟମ ନିର୍ମାଣ କରାଯାଉଛି। ଓଡ଼ିଶାର ସମସ୍ତ ବ୍ଲକ ଅର୍ଥାତ୍‌ ୩୧୪ଟି ବ୍ଲକରେ ବ୍ଲକ ସ୍ତରୀୟ ଷ୍ଟାଡ଼ିୟମ୍ ନିର୍ମାଣ କରାଯିବ।

ଏଥିପାଇଁ ସରକାରଙ୍କ ତରଫରୁ ୪୧୨୪ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି।ଓଡ଼ିଶାରେ କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କର ସାମଗ୍ରିକ ବିକାଶ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ।ବ୍ଲକ ସ୍ତରୀୟ ଷ୍ଟାଡ଼ିୟମ୍ ଆଗାମୀ ଦିନରେ ଓଡ଼ିଶାର ପ୍ରତିଟି ଗାଁରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର କ୍ରୀଡ଼ାବିତ୍‌ ସୃଷ୍ଟି କରିବାରେ ସହାୟକ ହେବ ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଛନ୍ତି।