BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

କେନ୍ଦୁଝର ଜିଲ୍ଲାରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

ଖଣିବହୁଳ କେନ୍ଦୁଝର ଜିଲ୍ଲା ସମୃଦ୍ଧ ହେଲେ ଓଡ଼ିଶା ସମୃଦ୍ଧ ହେବ - ମୁଖ୍ୟମନ୍ତ୍ରୀ

  • ବିଶ୍ୱର ପ୍ରସିଦ୍ଧ ଇସ୍ପାତ ଉତ୍ପାଦନକାରୀ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁ ମିଶି ସ୍ଥାପନ କରିବେ ମେଗା ଷ୍ଟିଲ ପ୍ଲାଣ୍ଟ

  • ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ ଜିଲ୍ଲାବାସୀ

  • ପାଟଣା ଅଞ୍ଚଳ ମଧ୍ୟ ରାଉରକେଲା ଭଳି ଏକ ଅତ୍ୟାଧୁନିକ ସହରରେ ପରିଣତ ହେବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ।

ସୂଚନାଯୋଗ୍ୟ ଯେ, ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା।

ଜିଲ୍ଲାରେ ଏହି କାରଖାନା ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ଶାସନକୁ ଆସିବା ଆଗରୁ ଦାବୀ କରି ଆସୁଥିଲେ। ଏହା ମଧ୍ୟ ଦଳର ନିର୍ବାଚନ ଇସ୍ତାହାରରେ ସ୍ଥାନ ପାଇଥିଲା । କେନ୍ଦୁଝରର ଲୁହାପଥର ବିଦେଶକୁ ରପ୍ତାନୀ ହୋଇ କାମରେ ଆସୁଛି କିନ୍ତୁ ଓଡିଶାରେ ଏହା କାହିଁକି ବ୍ୟବହାର ହୋଇପାରୁନାହିଁ ବୋଲି ମୁଖ୍ୟମନ୍ତ୍ରୀ ସବୁବେଳେ ଦାବୀ କରିଆସୁଥିଲେ  ଏବଂ ଏଥିପାଇଁ ଲଗାତାର ଉଦ୍ୟମ ଜାରି ରଖିଥିଲେ।

କେନ୍ଦୁଝର ଜିଲ୍ଲାବାସୀଙ୍କ ବହୁତ ଦିନର ସ୍ୱପ୍ନ ଥିଲା, ଜିଲ୍ଲାରେ ଇସ୍ପାତ କାରଖାନା। ଆଜି ଏହା ସାକାର ହେବାକୁ ଯାଉଛି,  ଏହା ସମ୍ଭବ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ପ୍ରଚେଷ୍ଟା ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ବୋଲି ଆଜି ଧନ୍ୟବାଦ ଦେବାପାଇଁ ଆସିଥିବା କେନ୍ଦୁଝର ଜିଲ୍ଲାବାସୀଙ୍କ ମତ ଥିଲା। କେନ୍ଦୁଝର ଜିଲ୍ଲାର ପ୍ରାୟ ସମସ୍ତ ଅଞ୍ଚଳର ଆଦିବାସୀ ମଞ୍ଚ, ଯୁବ ଛାତ୍ରସାମୁଖ୍ୟ, ନାଗରିକ ମଞ୍ଚ, ପ୍ରେସ୍ କ୍ଲବ, ବୁଦ୍ଧିଜୀବି ଓ ଅନ୍ୟାନ୍ୟ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟ, ସ୍ଥାନୀୟ ଜନପ୍ରତିନିଧିମାନେ ହଜାର ହଜାର ସଂଖ୍ୟାରେ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ଉଚ୍ଛ୍ୱସିତ ସମ୍ୱର୍ଦ୍ଧନା ଓ ଧନ୍ୟବାଦ ଅର୍ପଣ କରିଛନ୍ତି। ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା, ବିଶେଷକରି କେନ୍ଦୁଝର ଜିଲ୍ଲାକୁ ଏହି ଅମୂଲ୍ୟ ଉପହାର ପାଇଁ ମଧ୍ୟ କୃତଜ୍ଞତା ଜ୍ଞାପନ କରିଛନ୍ତି ଜିଲ୍ଲାବାସ।

କେନ୍ଦୁଝର ଜିଲ୍ଲାବାସୀଙ୍କ ସହିତ ପାଟଣା ବିଧାୟକ ଅଖିଳ ନାୟକ ଏବଂ ତେଲକୋଇ ବିଧାୟକ ଡ. ଫକୀର ନାୟକ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ପ୍ରତ୍ୟୁତ୍ତରରେ ଧନ୍ୟବାଦ ଦେଇ କହିଥିଲେ ଯେ, ଖଣିବହୁଳ କେନ୍ଦୁଝର ଜିଲ୍ଲା ସମୃଦ୍ଧ ହେଲେ ଓଡ଼ିଶା ସମୃଦ୍ଧ ହେବ। ଇସ୍ପାତ କାରଖାନା ଦାବୀ ଜିଲ୍ଲାବାସୀଙ୍କର ସବୁଠୁ ପୁରୁଣା ଓ ବଡ଼ ଦାବୀ ଥିଲା। ପୂର୍ବରୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଦେଶର ଖଣିବହୁଳ ରାଜ୍ୟରେ ଚାରୋଟି ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ଘୋଷଣା କରିଥିଲେ। ତିନୋଟି ଇସ୍ପାତ କାରଖାନା ପ୍ରତିଷ୍ଠା ସରିଛି କିନ୍ତୁ ଇଚ୍ଛାଶକ୍ତିର ଅଭାବରୁ ଓଡ଼ିଶା ଏଥିରୁ ବଞ୍ଚିତ ଥିଲା। ଡବଲ ଇଞ୍ଜିନ ସରକାରଙ୍କ ଯୋଗୁଁ ଆଜି ବିଶ୍ୱର ବୃହତ ଇସ୍ପାତ ଉତ୍ପାଦନକାରୀ କମ୍ପାନୀ ପକ୍ଷରୁ ଏହା ସ୍ଥାପନ ହେବାକୁ ଯାଉଛି । ଏହି ଇସ୍ପାତ କାରଖାନା କେନ୍ଦୁଝର ଜିଲ୍ଲା ଓ ସମୃଦ୍ଧ ଓଡ଼ିଶାର ଭବିଷ୍ୟତ ନିର୍ମାଣ କରିବ। ଆଗାମୀ ଦିନରେ ପାଟଣା ଅଞ୍ଚଳ ମଧ୍ୟ ରାଉରକେଲା ଭଳି ଏକ ଅତ୍ୟାଧୁନିକ ସହରରେ ପରିଣତ ହେବ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଡବଲ ଇଞ୍ଜିନ ସରକାରରେ କେବଳ କେନ୍ଦୁଝରରେ ନୁହେଁ ସମଗ୍ର ଓଡ଼ିଶାରେ ବ୍ୟାପକ ଶିଳ୍ପାୟନ ହେବ । ଓଡ଼ିଶା ପାଇଁ ଅନେକ ବଡ ବଡ ପ୍ରକଳ୍ପ କେନ୍ଦ୍ର ସରକାର ମଞ୍ଜୁର କରୁଛନ୍ତି।

ଶେଷରେ ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ଉଦବୋଧନ ଦେଇ କହିଥିଲେ ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ମା ତାରିଣୀ ଏବଂ ପ୍ରଭୁ ବଳଦେବ ଜୀଉଙ୍କ ଆଶିର୍ବାଦରୁ ଆଜି ଜିଲ୍ଲାରେ ବୃହତ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଏହା ମାଧ୍ୟମରେ କେନ୍ଦୁଝର ଜିଲ୍ଲା ସହିତ ସମଗ୍ର ରାଜ୍ୟର ବିକାଶ ହେବ। ତେଣୁ ଏଥିପାଇଁ ଜିଲ୍ଲାବାସୀ ବିଶେଷକରି, ପାଟଣା ଅଞ୍ଚଳବାସୀ ସମସ୍ତ ପ୍ରକାର ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ।