BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ର ମୁକାବିଲା ପାଇଁ ପଦକ୍ଷେପ : ସାରା ରାଜ୍ୟକୁ ବର୍ଷା ଆଲର୍ଟ, ଭୟଭୀତ ନ ହେବାକୁ ଅନୁରୋଧ

  • ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ

  • ବାତ୍ୟା ମୋନ୍ଥା: ସାରା ରାଜ୍ୟକୁ ବର୍ଷା ଆଲର୍ଟ

  • ସମ୍ଭାବ୍ୟ ବାତ୍ୟା ନେଇ ଗଜପତିରେ ସୋମବାର ଠାରୁ ୪ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି

  • ବାତ୍ୟାକୁ ନେଇ ପୁରୀରେ ଆଲର୍ଟ, ୨୯ ତାରିଖ ଯାଏ ସମୁଦ୍ରରେ ସ୍ନାନ ମନା

  • ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଛୁଟି ବାତିଲ

  • ଆନ୍ଧ୍ରପ୍ରଦେଶର କାକିନାଡ଼ା-ବିଶାଖାପାଟଣା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିପାରେ ବାତ୍ୟା।

  • ଓଡ଼ିଶାର ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ସର୍ବାଧିକ ପ୍ରଭାବ 

  • ୬୦-୭୦ କିମି ସ୍ଥାୟୀ ପବନ ଓ ଝଟକା ପବନ ୭୫ କିମି ରହିପାରେ

  • ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍‌ କମିଶନର ଦେଓରଞ୍ଜନ କୁମାର ସିଂ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପ୍ରସ୍ତୁତି ସଂପର୍କରେ ବିଶଦ ଭାବେ ଆଲୋଚନା କରିଛନ୍ତି।

ବୈଠକ ପରେ ରାଜୀବ ଭବନଠାରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ପୂଜାରୀ କହିଲେ ଯେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାକୁ ୬ କିଲୋମିଟର ବେଗରେ ଗତି କରୁଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲା ଯଥା-ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ସବୁଠାରୁ ଅଧିକ ପ୍ରଭାବିତ ହେବ। ଏହିସବୁ ଜିଲ୍ଲାଗୁଡ଼ିକୁ ରେଡ୍‌ ଜୋନ୍‌ ଅନ୍ତର୍ଭୁକ୍ତ କରାଯାଇଛି। କାକିନାଡ଼ା ଓ ମଛଲିପଟନମ୍‌ ଯେଉଁଠାରେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ମାଲକାନଗିରି ସେଠାରୁ ମାତ୍ର ୨୦୦ କିଲୋମିଟର ଦୂରରେ ଅବସ୍ଥିତ। ଶନିବାର ପନ୍ଦରଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପ୍ରସ୍ତୁତି ସଂପର୍କରେ ଆଲୋଚନା ହୋଇଥିବାବେଳେ ଆଜି ସମସ୍ତ ୩୦ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପୂର୍ବ ପ୍ରସ୍ତୁତି ଓ ଏହାର ମୁକାବିଲା ସଂପର୍କରେ ବିଶଦ ଭାବେ ଆଲୋଚନା ହୋଇଛି।

ମନ୍ତ୍ରୀ ଶ୍ରୀ ପୂଜାରୀ ପୁଣି କହିଛନ୍ତି ଯେ ସର୍ବାଧିକ ପ୍ରଭାବିତ ୮ଟି ଜିଲ୍ଲା ବ୍ୟତୀତ ଅନ୍ୟ ୨୨ଟି ଜିଲ୍ଲାରେ ବାତ୍ୟା ପ୍ରଭାବରେ ବର୍ଷାର ସମ୍ଭାବନା ରହିଛି। ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ସଂପୃକ୍ତ ବିଭାଗଗୁଡ଼ିକ ସହ ଆଲୋଚନା କରାଯାଇଛି। ଆବଶ୍ୟକ ପଡ଼ିଲେ ପଡୋଶୀ ଜିଲ୍ଲାକୁ ସହାୟତା କରିବା ପାଇଁ ମଧ୍ୟ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଭୂÕଳନର ଆଶଙ୍କା ଥିବାରୁ ସେଠାରେ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀଙ୍କୁ ଆଗୁଆ ମୁତୟନ କରାଯାଇଛି। ଅଧିକ ସାହାଯ୍ୟକାରୀ ଦଳ ଆବଶ୍ୟକ ପଡ଼ିଲେ ନିକଟବର୍ତ୍ତୀ ଜିଲ୍ଲାଗୁଡ଼ିକରୁ ମଧ୍ୟ ପଠାଯାଇପାରିବ।

ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ଶକ୍ତି ବିଭାଗ ସହ ଆଲୋଚନା ହୋଇଛି। ଡାକ୍ତରଖାନା, ଜରୁରୀ ସେବା, ପାନୀୟ ଜଳ ଯୋଗାଇଦେବା ପାଇଁ ବିକଳ୍ପ ଶକ୍ତିର ବ୍ୟବସ୍ଥା କରାଯାଇଛି। ବୟସ୍କ, ଶିଶୁମାନଙ୍କୁ ଆଗୁଆ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ସହ ଆସନ୍ନ ପ୍ରସବାମାନଙ୍କୁ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ରଖାଯିବାର ବ୍ୟବସ୍ଥା କରାଯାଇଛି। ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଭଳି ଉଚ୍ଚସ୍ଥାନରେ ଥିବା ଲୋକମାନଙ୍କୁ ସମତଳ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ବ୍ୟବସ୍ଥା କରାଯାଇଛି।

ମତ୍ସ୍ୟଜୀବୀମାନେ ସମୁଦ୍ରରୁ ଫେରି ଆସିଲେଣି। ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ସେହିଭଳି ସମୁଦ୍ର କୂଳରେ ରହୁଥିବା ପର୍ଯ୍ୟଟକମାନେ ମଧ୍ୟ ସମୁଦ୍ର ତଟକୁ ନଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରୀ କ୍ଷେତ୍ରରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିବା ସହ ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ବାତ୍ୟା/ବନ୍ୟା ଆଶ୍ରୟସ୍ଥଳୀ ସହ ସ୍କୁଲ ଘର ଓ ଗୋଷ୍ଠୀ କେନ୍ଦ୍ରଗୁଡ଼ିକୁ ଲୋକମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ଧାନ ଅମଳର ସମୟ ହୋଇଥିବାରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିଜର ଶସ୍ୟକୁ ସୁରକ୍ଷିତ ରଖିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି।

ସହରାଞ୍ଚଳଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଥିବାରୁ ଆବଶ୍ୟକ ସ୍ଥଳେ ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଏଥି ପାଇଁ ଆଗୁଆ ପାଣିପମ୍ପର ବ୍ୟବସ୍ଥା କରାଯାଉଛି। ଜଳସମ୍ପଦ ବିଭାଗ ସହିତ ମଧ୍ୟ ନଦୀର ଜଳସ୍ତର ନେଇ ଆଲୋଚନା ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।

ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ସିଂ କହିଲେ ଯେ ଆଜି ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରାଯାଇଛି। ରେଡ୍‌ ଜୋନ୍‌ରେ ଥିବା ୮ଟି ଜିଲ୍ଲାରେ ଆସନ୍ତାକାଲିଠାରୁ ବର୍ଷା ଆରମ୍ଭ ହୋଇଯାଇପାରେ। ୨୮/୨୯ ତାରିଖ ବେଳକୁ ବର୍ଷାର ପ୍ରଭାବ ବୃଦ୍ଧି ପାଇବ ଏବଂ ୩୦ ତାରିଖ ବେଳକୁ ପ୍ରଭାବ ହ୍ରାସ ପାଇବାର ସମ୍ଭାବନା ରହିଛି। ବର୍ତ୍ତମାନ ସୁଦ୍ଧା ୧୨୮ଟି ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଦଳଙ୍କୁ ୮ଟି ଜିଲ୍ଲାରେ ମୁତୟନ କରାଯାଇଛି । ଜିଲ୍ଲାପାଳମାନଙ୍କୁ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ବିପଦ ଆଶଙ୍କା ଥିବା ସ୍ଥାନମାନଙ୍କରୁ ଜନସାଧାରଣଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନ ବହିବାର ସମ୍ଭାବନା ଥିବାରୁ ଗଜପତି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ସୋମବାର ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏହିସବୁ କାର୍ଯ୍ୟର ଟିକିନିଖି ତଦାରଖର ଦାୟିତ୍ଵ ନିଜେ ଜିଲ୍ଲାପାଳ କଣ୍ଟ୍ରୋଲ ରୁମରେ ନିୟନ୍ତ୍ରଣ କରୁଛନ୍ତି।

ବାତ୍ୟାକୁ ନେଇ ପୁରୀରେ ଆଲର୍ଟ ଜାରି କରାଯାଇଛି। ୨୯ ତାରିଖ ଯାଏ ସମୁଦ୍ରରେ ସ୍ନାନ ପାଇଁ ମନା କରାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି। ଅମାନିଆ ହୋଇ ସମୁଦ୍ରରେ ସ୍ନାନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନି ଦିଆଯାଇଛି। ବାତ୍ୟାର ପ୍ରକୋପ ବଢ଼ିଲେ ସମୁଦ୍ର ବାଲିକୁ କାହାରିକୁ ମଧ୍ୟ ଛଡ଼ାଯିବନି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ନେଇ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଜାରି କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୨୯ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ ହୋଇଛି। ପୁରୀରେ ମଧ୍ୟ ପ୍ରଭାବ ନ କମିବା ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା କରାଯାଇଛି। ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି। ଗର୍ଭବତୀ ମହିଳାଙ୍କୁ ମେଡିକାଲକୁ ଆଣିବାକୁ ନିର୍ଦେଶ ଦିଆଯାଇଛି। ଏନେଇ ସବୁ ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କୁ ଦାୟିତ୍ବ ଦିଆଯାଇଥିବାବେଳେ ଭୟଭୀତ ନ ହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ବାତ୍ୟା ମୋନ୍ଥା: ସାରା ରାଜ୍ୟକୁ ବର୍ଷା ଆଲର୍ଟ

  • ୨୭ରୁ ୩୦ ଯାଏ ଓଡ଼ିଶାରେ ପ୍ରବଳ ବର୍ଷିବ

  • ୨୭ ତାରିଖରେ ପ୍ରବଳ ବର୍ଷା ନେଇ ସତର୍କତା

  • ୨୭ରେ ୮ ଜିଲ୍ଲାକୁ ଅରେଞ୍ଜ, ୯ ଜିଲ୍ଲାକୁ ୟେଲୋ ଆଲର୍ଟ

  • ୨୮ରେ ରାଜ୍ୟର ୨୮ ଜିଲ୍ଲାକୁ ବର୍ଷା ଆଲର୍ଟ

  • ୨୮ରେ ୫ ଜିଲ୍ଲାକୁ ରେଡ୍, ୬ ଜିଲ୍ଲାକୁ ଅରେଞ୍ଜ

  • ୨୮ରେ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

  • ୨୯ରେ ୫ ଜିଲ୍ଲାକୁ ରେଡ୍, ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

  • ୨୯ ତାରିଖରେ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ

  • ୩୦ ତାରିଖରେ ୬ ଜିଲ୍ଲାକୁ ୟେଲୋ ଆଲର୍ଟ