BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଓଡ଼ିଶୀ ଓ କଥକ ନୃତ୍ୟରେ ଦର୍ଶକ ବିମୁଗ୍ଧ

୩୬ ତମ କୋଣାର୍କ ଉତ୍ସବ ଓ ୧୫ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବର ଉଦଯାପିତ

କୋଣାର୍କ : ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଆୟୋଜିତ ୩୬ତମ କୋଣାର୍କ ଉତ୍ସବ ୨୦୨୫ ର ଉଦଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଓଡିଶାର  ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଯୋଗ ଦେଇଛନ୍ତି । ଏହି ଅବସରରେ ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ.ଜୟଶ୍ରୀ କମ୍ଭମପାଟି, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ରାଜସ୍ଥାନର  ଶକ୍ତି ମନ୍ତ୍ରୀ ହୀରାଲାଲ ନାଗର ମଧ୍ୟ ଉପସ୍ଥିତ ଥିଲେ I

ଅନ୍ତିମ ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ବିଶିଷ୍ଠ ଓଡ଼ିଶୀ ନୃତ୍ୟଶିଳ୍ପୀ ଆରତୀ କର ଓ ତାଙ୍କ ଉତ୍କଳ ଡାନ୍ସ ଓ ରିସର୍ଚ ଏକାଡେମିର ଶିଳ୍ପୀବୃନ୍ଦଙ୍କ ଦ୍ଵାରା ଓଡିଶୀ ନୃତ୍ୟ ପରିବେଷିତ ହୋଇଥିଲା । ଦ୍ଵିତୀୟ ପର୍ଯ୍ୟାୟରେ ସଞ୍ଜୁକ୍ତା ସିହ୍ନା ଓ ତାଙ୍କ ଡାନ୍ସ ଗ୍ରୁପର ଶିଳ୍ପୀବୃନ୍ଦଙ୍କ ଦ୍ଵାରା କଥକ ନୃତ୍ୟ ପରିବେଷିତ ହୋଇଥିଲା । ପରିଶେଷରେ ସମସ୍ତ କଳାକାର ଓ ଶିଳ୍ପୀବୃନ୍ଦ/ବାଲୁକାଶିଳ୍ପୀଙ୍କୁ ରାଜ୍ୟପାଳ ସମ୍ବର୍ଦ୍ଧିତ କରିଥିଲେ I

ଏହା ପୂର୍ବରୁ ରାଜ୍ୟପାଳ ୧୫ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ ୨୦୨୫ ମଧ୍ୟ ପରିଦର୍ଶନ କରିଥିଲେ ଏବଂ ସେଠାରେ ଦେଶ ବିଦେଶରୁ ଆସିଥିବା ଅଂଶଗ୍ରହଣକାରୀଙ୍କ ସହ ରାଜ୍ୟପାଳ ଭାବ ବିନିମୟ କରିଥିଲେ ଏବଂ ସେମାନଙ୍କ କଳା ନୈପୁଣ୍ୟକୁ ପ୍ରଶଂସା କରିଥିଲେ । ଏହି ଅବସରରେ ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ I