BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସେପ୍ଟେମ୍ବର ମାସରେ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଯୋଗାଇ ଦିଆଯିବ

  • ସାର ଉପଲବ୍ଧତାର ସ୍ଥିତି ସମୀକ୍ଷା କଲେ ସମବାୟ ମନ୍ତ୍ରୀ

  • ମାର୍କଫେଡ୍ ଜରିଆରେ ପାକ୍ସ/ଲ୍ୟାମ୍ପସ୍ ମାଧ୍ୟମରେ ଶତ ପ୍ରତିଶତ ସାର ଚାଷୀଙ୍କୁ ମିଳିବ

  • ଶୃଙ୍ଖଳିତ ସାର ଯୋଗାଣକୁ ସରକାରଙ୍କ ଗୁରୁତ୍ଵ : ମନ୍ତ୍ରୀ

ଭୁବନେଶ୍ୱର:  ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚଳିତ ସେପ୍ଟେମ୍ବର ମାସରେ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଚାଷୀମାନଙ୍କୁ ଯୋଗାଇ ଦିଆଯିବ । ଏହି ସମସ୍ତ ସାର ମାର୍କଫେଡ୍ ଜରିଆରେ ପାକ୍ସ/ଲ୍ୟାମ୍ପସ୍ ମାଧ୍ୟମରେ ଚାଷୀମାନଙ୍କୁ ମିଳିବ । ଶତ ପ୍ରତିଶତ ଅର୍ଥାତ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ମାର୍କଫେଡ୍ ଜରିଆରେ କେବଳ ବଣ୍ଟନ ହେବ । ଏହା ଦ୍ଵାରା ଚାଷୀମାନେ ୟୁରିଆ ସାର ପାଇବାରେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ସରକାର ଶୃଙ୍ଖଳିତ ସାର ଯୋଗାଣ ବ୍ୟବସ୍ଥାକୁ ଗୁରୁତ୍ଵ ଦେଉଛନ୍ତି ବୋଲି ଏହି ବୈଠକରେ ମାନ୍ୟବର ମନ୍ତ୍ରୀ ପ୍ରକାଶ କରିଥିଲେ ।

ଆସନ୍ତା ଖରିଫ୍ ଋତୁ ପୂର୍ବରୁ ମାର୍କଫେଡ୍‌ ଅଧୀନରେ ଥିବା ଗୋଦାମର କ୍ଷମତା ବୃଦ୍ଧି ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପାକ୍ସ / ଲାମ୍ପସଠାରୁ ସୂଚନା ଆଣି ଆବଶ୍ୟକତା ଅନୁସାରେ ଆଗୁଆ ସାର ମହଜୁଦ ରଖିବାକୁ ପଦକ୍ଷେପ ଗ୍ରହଣ କରିବା ପାଇଁ ମାନ୍ୟବର ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଏହି ବୈଠକରେ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ, କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ୍‌ ସକ୍ସେନା, ମାର୍କଫେଡର ପରିଚାଳନା ନିର୍ଦ୍ଦେଶକ ସନ୍ତୋଷ କୁମାର ନାୟକ, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।