BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ…

ମେଷ:-ଆଜି ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସକାଳୁ ସକାଳୁ ମାତ୍ରାଧିକ ଭ୍ରମଣ ମନକୁ ବିଭ୍ରାନ୍ତି କରାଇବ। ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିପାରିବେ।

ବୃଷ:-କୌଣସି କ୍ଷେତ୍ରରେ ଅଯଥା ଅଧୈର୍ଯ୍ୟ ହୁଅନ୍ତୁ ନାହିଁ , ବନ୍ଧୁଙ୍କ ସହାନୁଭୂତି ନିଶ୍ଚୟ ଲାଭ କରିବେ। ରୋହିଣୀ ନକ୍ଷତ୍ରର ଅଭାବ ପୂରଣ ଦିଗରେ ସହକର୍ମୀ କିମ୍ବା ପାଖ ପଡ଼ୋଶୀଙ୍କ ସାହାଯ୍ୟ କାମକୁ ଆସିବ। ଉପରିସ୍ଥ କର୍ମଚାରୀଙ୍କ ଅନୁକମ୍ପାରୁ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ସଭାସମିତିରେ ବିତର୍କଜନିତ ଅସ୍ଥିରତାର ସୂଚନା ମଧ୍ୟ ରହିଛି।

ମିଥୁନ:-ଆଜିର ପ୍ରତ୍ୟୁଷ ଯାତ୍ରା ଦୀର୍ଘଦିନର ଆଶା ଓ ଅଭିଳାଷକୁ ସାକାର କରାଇବ। ମୃଗଶିରା ନକ୍ଷତ୍ରର ସ୍ବାସ୍ଥ୍ୟରେ ଉନ୍ନତି, ଗୃହ, ଜମିଜମା, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲିମକଦ୍ଦମା, ଗବେଷଣା, ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।

କର୍କଟ:-କୌଣସି ଏକ ନୂତନ ପରିବେଶରେ ଭିନ୍ନ ପ୍ରକାର ସ୍ବାଦର ଅନୁଭୂତି ଲାଭ କରିବେ। ଭ୍ରମଣ ସୁଯୋଗ, ସତ୍‌ସଙ୍ଗ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନଜନିତ ମନ ଏକପ୍ରକାର ଖୁସି ରହିବ। ଅଶ୍ଳେଷାର ପାରିବାରିକ ଅସ୍ଥିରତା, ଅର୍ଥାଭାବ ହେତୁ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ।

ସି˚ହ:-ଆଜି ସାମୟିକ ପାରିବାରିକ ସମସ୍ୟା ନେଇ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ। ସଦାବେଳେ ହାତଖାଲି ରହିବା କାରଣରୁ ମନରେ ସରସତା ରହିବ ନାହିଁ। ଏହା ସାଙ୍ଗକୁ କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଅଧୁରା କାମକୁ ସମ୍ପନ୍ନ କରିବା ପାଇଁ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।

କନ୍ୟା:-ଆଜି ପାରିବେଶିକ ବ୍ୟତିକ୍ରମ କର୍ମକ୍ଷେତ୍ରର ଯୋଜନାକୁ ବଦଳାଇ ଦେଇପାରେ। ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ ତଥାପି ମନରେ ଶାନ୍ତି ଆସି ନ ପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।

ତୁଳା:-ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଦର୍ଶନୀୟ ସ୍ଥାନ ଭ୍ରମଣ ପାଇଁ ମନ ବଳାଇବେ। ସ୍ବାତୀ ନକ୍ଷତ୍ର କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଆପଣଙ୍କର ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।

ବିଛା:-ସାଧାରଣ କଥାରେ ମନରେ ବିରକ୍ତି ଜାଗ୍ରତ ହେବା ସହ କଥାଭାଷାର କଠୋରତା ବୃଦ୍ଧିପାଇବ। ଆନୁଷ୍ଠାନିକ କାମ କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନାଦିରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବିଭିନ୍ନ କ୍ଷେତ୍ରରେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।

ଧନୁ:-ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି। ପୂର୍ବାଷାଢ଼ା ନକ୍ଷତ୍ରର ଅର୍ଥନୈତିକ ଦୃଷ୍ଟିକୋଣରୁ ଦିନଟି ଶୁଭଙ୍କରୀ ରହିବ। ବ୍ୟବସାୟ, ଆଲୋଚନା, ଯାତ୍ରା କ୍ଷେତ୍ରରେ ଠିକ୍‌ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ପାରିବାରିକ କ୍ଷେତ୍ରରେ ହଠାତ୍‌ ପ୍ରତିକ୍ରିୟାଶୀଳ ହେବା ଠିକ୍‌ ହେବନାହିଁ।

ମକର:-ଆଜି ସତର୍କତା ଅଭାବରୁ ଧନହାନି, କଳହ କିମ୍ବା କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଧନିଷ୍ଠା ନକ୍ଷତ୍ରର ବାଣିଜ୍ୟ,ନିର୍ମାଣ ଓ ପରିବହନରେ ସମସ୍ୟା ଦେଖାଦେବାର ସୂଚନା ରହିଛି। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।

କୁମ୍ଭ:-ଶୁକ୍ରଙ୍କ ଶୁଭ ପ୍ରଭାବରୁ ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଶତଭିଷା ନକ୍ଷତ୍ରର ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକସମସ୍ୟା,ଜମିଜମା, ପିଲାଙ୍କ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିପାରେ।

ମୀନ:-ପ୍ରିୟ ବନ୍ଧୁମାନଙ୍କ ଆଦରସୋହାଗ ମନକୁ ପ୍ରଫୁଲ୍ଲିତ କରି ରଖିବ। ପୂର୍ବଭାଦ୍ରବ ନକ୍ଷତ୍ର ଯୋଗୁ ଆଶାଜନକ ଅର୍ଥ, ସମ୍ମାନ, ଉପଢୌକନ, ବସ୍ତ୍ର ଭୂଷଣାଦି ପ୍ରାପ୍ତି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।