BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜିର ରାଶିଫଳ

ମେଷ : ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣର ଯୋଗ ରହିଛି ।ମହିଳା ମାନଙ୍କର କାର୍ଯ୍ଯ ପ୍ରଶଂସନୀୟ ହେବ। ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ ।
ପ୍ରତିକାର-ସାତୋଟି ଲବଙ୍ଗ ପାଖରେ ରଖନ୍ତୁ।

ବୃଷ : ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ବ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।
ପ୍ରତିକାର-କୈ।ଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ମିଥୁନ : ଅପ୍ରିୟସତ୍ୟ ଭାଷଣ ଜନିତ ବନ୍ଧୁଙ୍କ ସହ କଳହର ସୂଚନା ରହିଛ। ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି।
ପ୍ରତିକାର-ଶିବଙ୍କୁ କର୍ପୂରର ଆଳତୀ କରନ୍ତୁ ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ।

କର୍କଟ : ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍‌ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ।ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।
ପ୍ରତିକାର-ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ଥର ଜପ କରନ୍ତୁ।

ସିଂହ : ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।
ପ୍ରତିକାର-ଓମ ନମଃ ଭଗବତେ ଶ୍ରୀ ସୂର୍ଯ୍ୟ ନାରାୟଣାୟ ଏହି ମନ୍ତ୍ରକୁ ଦଶଥର ଜପ କରନ୍ତୁ

କନ୍ୟା : ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି।
ପ୍ରତିକାର-ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ତୁଳା : ପାରିବାରିକ ଜୀବନରେ ସମସ୍ଯା ଦେଖା ଦେଇ ପାରେ ।ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ପ୍ରତିକାର-ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ

ବିଛା : ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ । ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।
ପ୍ରତିକାର-ହନୁମାନଙ୍କୁ ଦର୍ଶନ କରନ୍ତୁ ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ।

ଧନୁ : ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରର ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁ୍‌ଯୋଗ ସୃଷ୍ଟି ହେବ।
ପ୍ରତିକାର-୯-ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ।

ମକର : ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ହେବା କଷ୍ଟକର ହେବ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।
ପ୍ରତିକାର-ଶିବଙ୍କ ପାଖରେ ପାଞ୍ଚୋଟି ତ୍ରୀଶାଖା ବେଲପତ୍ର ମହାମୃତ୍ଯୁଞ୍ଜୟ ମନ୍ତ୍ରରେ ପ୍ରଦାନ କରନ୍ତୁ।

କୁମ୍ଭ : ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ପ୍ରତିକାର-ଗାଈକୁ ଦୁବଘାସ ଖାଇବାକୁ ଦିଅନ୍ତୁ।

ମୀନ : ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ ।କର୍ମକ୍ଷେତ୍ରରେ ସଫଳତା ମିଳିବ । ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ ରାଶି ତେଲର ଦୀପ ଟିଏ ପ୍ରଦାନ କରନ୍ତୁ।