BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ..

ମେଷ:-ଆଜି ଶୁକ୍ରଙ୍କ ପ୍ରଭାବରେ ଅର୍ଥର ଅଭାବ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇବେ। ଆଜି ଦିନଟିରେ ମନ ଅନୁଯାୟୀ କାମ ଗୁଡ଼ିକ ସମ୍ପନ୍ନ ହେବ। ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାର ପାଇଁ ପରିସ୍ଥିତିବଶତଃ ଧାରକରଜ କରି କାମ ଚଳାଇ ନେବେ।

ବୃଷ:-ଆଜି ରାଶିରେ ରାହୁଯୁକ୍ତ ମଙ୍ଗଳ ଯୋଗୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କିନ୍ତୁ କର୍ମକ୍ଷେତ୍ରରେ ଟେନସନ୍‌ କିଛି ମାତ୍ରାରେ ବଢ଼ିଯିବ। ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବା ସହ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ସହକର୍ମୀଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।

ମିଥୁନ:-ଆଜି ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସମ୍ମୁଖରେ ନିଜର ମନକଥା ପ୍ରକାଶ କରିପାରିବେ ନାହିଁ। ପାରିବାରିକ ଦିଗରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ବନ୍ଧୁବର୍ଗରେ ଶ୍ରଦ୍ଧାଭାଜନ ହେବେ କିନ୍ତୁ ମାନସିକ ଅସ୍ଥିରତା ମଧ୍ୟରେ ସମୟ କାଟିବେ।

କର୍କଟ:-ଆଜି ଅବସ୍ଥାରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। ରାସ୍ତାରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ପରିବାର ପାଇଁ ମନଲାଖି ଜିନିଷ ଗୁଡାଏ କିଣିପାରନ୍ତି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।

ସି˚ହ:-ଆଜି ଅଧିକାଂଶ ସମୟ ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ। ବନ୍ଧୁଙ୍କୁ ବହୁତ କଥା କହିବାକୁ ଇଚ୍ଛାଥିଲେ ମଧ୍ୟ କିଛି କହିପାରିବେ ନାହିଁ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଏଜେନ୍ସି, ସାମ୍ବାଦିକତା, ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ।

କନ୍ୟା:-ଆଜି ଆକସ୍ମିକ ଭାବରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।

ତୁଳା:-ଆଜି ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଘର କଥାନେଇ ପରିବାର ସହ ଆଲୋଚନା କଲେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।

ବିଛା:-ଆଜି ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ ଏବଂ ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରୁ ଫେରିବାରେ ବିଳମ୍ବ ଘଟିବ। ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଅବଶ୍ୟ କୌଶଳ ପ୍ରୟୋଗ କରି କାମ ହାସଲ କରିବେ।

ଧନୁ:-ଆଜି ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ବନ୍ଧୁ ଗହଣରେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ପ୍ରଶାସନିକ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।

ମକର:-ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। କଥାକହିବା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଆକସ୍ମିକ ଭାବରେ ସୁଖଭ୍ରମଣ ଯୋଗ ରହିଛି ଏବଂ କଳା, ସାହିତ୍ୟରେ ଉନ୍ନତି କରିବେ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।

କୁମ୍ଭ:-ଆଜି ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ।

ମୀନ:-ନକାରାତ୍ମକ ଚିନ୍ତାଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ କିମ୍ବା ରାଜନୀତି, ସଂଗଠନ, ସଭାସମିତିରେ ଆଶାଜନକ ଫଳ ପାଇବେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ।