BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅକ୍ଷୟ ମହାନ୍ତିଙ୍କ ସଙ୍ଗୀତକୁ ନେଇ ସଙ୍ଗୀତ ସନ୍ଧ୍ୟା, ଶ୍ରୋତା ମନ୍ତ୍ରମୁଗ୍ଧ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଆନୁକୂଲ୍ୟରେ ଆଜି ଭଞ୍ଜକଳା ମଣ୍ଡପରେ କିମ୍ବଦନ୍ତୀ ସଙ୍ଗୀତଜ୍ଞ ଅକ୍ଷୟ କୁମାର ମହାନ୍ତିଙ୍କ ବିଭିନ୍ନ ସଙ୍ଗୀତକୁ ନେଇ ସଙ୍ଗୀତ ସନ୍ଧ୍ୟା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଅକ୍ଷୟ ମହାନ୍ତି ରଚିତ, ନିର୍ଦେଶିତ ଓ କଣ୍ଠଦାନ କରିଥିବା ଅନେକ ସଂଗୀତକୁ ବହୁ ବିଶିଷ୍ଟ ତଥା ଲୋକପ୍ରିୟ ଲୋକପ୍ରିୟ କଣ୍ଠଶିଳ୍ପୀ ଅତି ସୁନ୍ଦର ଭାବେ ପରିବେଷଣ କରିଥିଲେ, ଯାହା ଶ୍ରୋତାଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।

କିମ୍ବଦନ୍ତୀ ସଙ୍ଗୀତଜ୍ଞଙ୍କ ଉପରେ ଆଧାରିତ ଏହି ସଙ୍ଗୀତ ସନ୍ଧ୍ୟା କାର୍ଯ୍ୟକ୍ରମ ଜୁନ୍‌ ୧୨ ତାରିଖରୁ ଜୁନ୍‌ ୧୯ ତାରିଖ ପର୍ଯ୍ୟନ୍ତ ଭଞ୍ଜକଳା ମଣ୍ଡପ ଠାରେ ଅନୁଷ୍ଠିତ ହେଉଛି।