BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପ୍ରତିଯୋଗିତାର ଆୟୋଜନ ମାଧ୍ୟମରେ କ୍ରୀଡ଼ା ପ୍ରତିଭାର ବିକାଶ ହୋଇପାରୁଛି – କ୍ରୀଡ଼ା ମନ୍ତ୍ରୀ

ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଛି।

ଉଦ୍‌ଘାଟନୀ ସମାରୋହରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତ କ୍ରୀଡ଼ାବିତମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ। ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟର ଆୟୋଜନ ହେବା ଦ୍ୱାରା ସର୍ବ ଭାରତୀୟ ସ୍ତରରେ ବ୍ୟାଡ଼ମିଣ୍ଟନ ଖେଳାଳୀମାନେ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ଏକ ପ୍ରକୃଷ୍ଟ ମଞ୍ଚ ପାଇପାରିବା ସହିତ ପ୍ରତିଯୋଗିତାର ଆୟୋଜନ ମାଧ୍ୟମରେ କ୍ରୀଡ଼ା ପ୍ରତିଭାର ବିକାଶ ହୋଇପାରୁଛି ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଥିଲେ।

ପ୍ରକାଶଯୋଗ୍ୟ ଯେ, ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟରେ ସିଙ୍ଗଲ୍ସ, ଡ଼ବଲ୍ସ, ମିକ୍ସଡ଼ ଡ଼ବଲ୍ସ ଆଦି କ୍ୟାଟାଗୋରୀରେ ପ୍ରାୟ ୧୫୦୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଛନ୍ତି। ଏହି ପ୍ରତିଯୋଗିତା ଜୁଲାଇ ୮ ତାରିଖ ଠାରୁ ଆରମ୍ଭ ହୋଇ ଜୁଲାଇ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।