BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପକ୍ଷରୁ ସର୍ବ ଭାରତୀୟ ଉର୍ଦ୍ଦୁ କବି ସମ୍ମିଳନୀ ଓ ଆଲୋଚନାଚକ୍ର

ଭୁବନେଶ୍ୱର: ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପକ୍ଷରୁ ସର୍ବ ଭାରତୀୟ ଉର୍ଦ୍ଦୁ କବି ସମ୍ମିଳନୀ (ମୁଶାଏରା) ଆୟୋଜନ କରାଯାଇଛି। ଏହି ସର୍ବ ଭାରତୀୟ ଉର୍ଦ୍ଦୁ କବି ସମ୍ମିଳନୀରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ କଳାକାର ଶ୍ରୀତମ୍ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ସମେତ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଉର୍ଦ୍ଦୁ କବିମାନେ ଏହି ଜାତୀୟ ସମ୍ମିଳନୀରେ ଯୋଗଦେଇ ଉର୍ଦ୍ଦୁ କବିତା ପାଠ କରିଥିଲେ।

ଏଥିସହିତ ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପକ୍ଷରୁ ରାଜ୍ୟ ସ୍ତରୀୟ ଉର୍ଦ୍ଦୁ ପ୍ରବନ୍ଧ ଲିଖନ ଓ ବକ୍ତୃତା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ପ୍ରତିଯୋଗିତାରେ ପ୍ରାୟ ୧୧୦ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଉର୍ଦ୍ଦୁ ପ୍ରବନ୍ଧ ଲିଖନ ଓ ବକ୍ତୃତା ପ୍ରତିଯୋଗିତାରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା କୃତୀ ପ୍ରତିଭାମାନଙ୍କୁ ଯଥାକ୍ରମେ ୪,୦୦୦, ୩,୫୦୦ ଓ ୩,୦୦୦ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବା ସହ ମାନପତ୍ର ପ୍ରଦାନ କରାଯାଇଥିଲା। ଏଥିସହ ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପକ୍ଷରୁ “ଉର୍ଦ୍ଦୁ ଓ ହିନ୍ଦୀ ଗଳ୍ପରେ ନାରୀ ଚରିତ୍ର” ଶୀର୍ଷକକୁ ନେଇ ଜାତୀୟ ସ୍ତରୀୟ ଆଲୋଚନା ଚକ୍ରର ଆୟୋଜନ ମଧ୍ୟ କରାଯାଇଥିଲା।

ଓଡ଼ିଶା ଉର୍ଦ୍ଦୁ ଏକାଡେମୀର ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଉର୍ଦ୍ଦୁ ଏକାଡେମୀର ସଭାପତି ଜନାବ୍ ଖାଲିଦ୍ ରହିମ୍, ଉପ-ସଭାପତି ଜନାବ୍ ନଫିସ୍‌ ମଞ୍ଜର ହସନ୍‌, ସଚିବ ଶ୍ରୀମତୀ ଶୁଚିସ୍ମିତା ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।