BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ: ପ୍ରତି ମାସରେ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ

ନୂତନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ସମ୍ପର୍କରେଆଲୋଚନା

ଭୁବନେଶ୍ୱର: ସଚିବ ସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ପ୍ରାବଧାନ ଅନୁସାରେ ଚଳିତ ଅପ୍ରେଲ ମାସ ସୁଦ୍ଧା ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଅର୍ଥ ବିଭାଗ ତରଫରୁ ସ୍ଥିତି ଉପସ୍ଥାପନ କରାଯାଇଥିଲା ।

ଦେଖାଯାଇଛି ଯେ, ଗତବର୍ଷ ତୁଳନାରେ ଚଳିତ ବର୍ଷ ଅପ୍ରେଲ ସୁଦ୍ଧା ସାମଗ୍ରିକ ଖର୍ଚ୍ଚ ୩୫  ପ୍ରତିଶତ ବୃଦ୍ଧି ଘଟିଥିବା ବେଳେ ବିଭିନ୍ନକାର୍ଯ୍ୟକ୍ରମବାବଦରେ ଗତ ବର୍ଷ ତୁଳନାରେ ୬୬ ପ୍ରତିଶତ ଖର୍ଚ୍ଚ ବୃଦ୍ଧି ଘଟିଛି ।ବଜେଟ୍‌ ପ୍ରାବଧାନ ଅନୁସାରେ ପ୍ରତି ବିଭାଗମାନେ ନିଜ ନିଜ ସ୍ତରରେ ପ୍ରତିମାସରେ କାର୍ଯ୍ୟ ଅଗ୍ରଗତି ଓ ତଦନୁସାରେ ଖର୍ଚ୍ଚ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି। ବିଭିନ୍ନ ମାଧ୍ୟମରୁ ସଂଗୃହିତ ନିଜସ୍ୱ କର ଆଦାୟ ଓ ଅଣକର ଆଦାୟ ସ୍ଥିତି ଅନୁଧ୍ୟାନ କରାଯାଇଥିଲା । ୨୦୨୫-୨୬ବଜେଟରେ ରହିଥିବା ନୂଆ ଯୋଜନାର କାର୍ଯ୍ୟକାରିତା ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା।

ବିଭିନ୍ନ ବିଭାଗରେ ଓସ୍ୱାସ୍ ବା କମ୍ପ୍ୟୁଟରୀକରଣ ବ୍ୟବସ୍ଥାରେ ସରକାରୀ ନଥି ପ୍ରୋସେସିଂ କାର୍ଯ୍ୟସାଧାରଣତଃ ସହକାରୀ ଉପବିଭାଗ ଅଧିକାରୀ, ଉପବିଭାଗ ଅଧିକାରୀ(ଏଏସ୍ଓ-ଏସ୍ଓଙ୍କ) ଠାରୁ ଆରମ୍ଭ ହୋଇ  ବିଭିନ୍ନ ଉପରିସ୍ଥ ଅଧିକାରୀଙ୍କ ସ୍ତର ଦେଇ ପ୍ରାୟ ୫-୬ଟିପର୍ଯ୍ୟାୟରେ ଶେଷରେ ବିଭାଗୀୟ ସଚିବଙ୍କ ନିକଟରେ ପରବର୍ତ୍ତୀ ନିଷ୍ପତ୍ତି ବା  ଆଦେଶ ପାଇଁ  ନଥି ପହଁଚୁଥିବାରୁ ସରକାରୀ କାର୍ଯ୍ୟ ବିଳମ୍ବିତ ହେଉଥିବା ପରିଲକ୍ଷିତ ହେଉଛି।
ଆଗାମୀଦିନରେ ଏହି ପ୍ରକ୍ରିୟାକୁ ସରଳ କରାଯାଇ ଯେପରି ସର୍ବାଧିକ ୩ଟି ସ୍ତର ଦେଇ ନିଷ୍ପତ୍ତି ପ୍ରଦାନକାରୀ କର୍ତ୍ତୃପକ୍ଷଙ୍କ ନିକଟରେ ନଥି ପହଁଚିବ, ସେଥିପାଇଁ ଏହି ବିଭିନ୍ନ ସ୍ତରୀୟ ବ୍ୟବସ୍ଥାକୁ କମାଯାଇ (ଡିଲେୟାରିଂ) ପ୍ରକ୍ରିୟାରେ ଏହି ବ୍ୟବସ୍ଥାର ସରଳୀକରଣ କରାଯିବ ।

ଫଳରେ ସରକାରୀ କାର୍ଯ୍ୟ, ସେବା ପ୍ରଦାନ ଓ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତହେବ ।  ଏଥିପାଇଁ ବିଭିନ୍ନ ବିଭାଗରୁ ମତାମତ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି ଓ ଖୁବ୍‌ ଶିଘ୍ର ତାହା କାର୍ଯ୍ୟକାରୀ ହେବା ପାଇଁ ବିଧିବଦ୍ଧ ନିଷ୍ପତ୍ତି ନିଆଯିବା ସଂପର୍କରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଲୋଚନା କରିଥିଲେ ।ସେହିପରି  ଆଗାମୀ ଦିନରେ କେତେକ  ବିଭାଗ ତରଫରୁ ଆଗତ ହେବାକୁ ଥିବା ବିଭିନ୍ନ ନୀତି ଓ ନିର୍ଦ୍ଦେଶାବଳୀ ସଂପର୍କରେ ଚୂଡ଼ାନ୍ତ ପ୍ରସ୍ତାବ ପାଇଁ ବିଭାଗମାନଙ୍କୁ ପରାମର୍ଶ ଦିଆଯାଇଛି ।

ବୈଠକରେ ନୂତନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଜୁନ୍ ୧୨ ତାରିଖରୁଆରମ୍ଭ ହେବାକୁ ଥିବା ରାଜ୍ୟସ୍ତରରେ ଏବଂ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ ନିମନ୍ତେ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତି ସଂପର୍କରେ  ବିସ୍ତୃତ ଆଲୋଚନା କରାଯାଇଥିଲା ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ ତଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ  ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଏସଆରସି  ଶ୍ରୀ ଦେଓରଞ୍ଜନ କୁମାର ସିଂ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ଇସ୍ପାତ ଓ ଖଣି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଶିଳ୍ପ, ଅଣୁ,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିକାଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ପ୍ରମୁଖ ଶାସନ ସବିବ, କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।