BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବଦଳିବ ଆପାର୍ଟମେଣ୍ଟ ଅଧିନିୟମ, ମାଲିକାନା ଦ୍ବନ୍ଦ ଦୂର ହେବ

ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଅଧିନିୟମ-୧୯୮୨ ଏବଂ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ନିୟମ-୧୯୯୨ କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏଥିରେ ଅନେକ ତ୍ରୁଟିବିଚ୍ୟୁତି ଥିବାରୁ ରାଜ୍ୟ ସରକାର ଏଥିପାଇଁ ନୂଆ ଆଇନ ଆଣିବେ। ନୂତନ ଆଇନ କାର୍ଯ୍ୟକାରୀ ହେଲେ ବ୍ୟକ୍ତିଗତ ଆପାର୍ଟମେଣ୍ଟ ମାଲିକାନା ପ୍ରଦାନ କରାଯିବ। ପ୍ରସ୍ତାବିତ ଆଇନରେ ସମସ୍ତଙ୍କ ସ୍ବାର୍ଥକୁ ଗୁରୁତ୍ତ୍ୱ ଦେବା ସହ ଆପାର୍ଟମେଣ୍ଟ ମାଲିକଙ୍କ ସମ୍ପର୍କରେ ସ୍ପଷ୍ଟ ବ୍ୟବସ୍ଥା ରହିବ। ଫଳରେ ଆପାର୍ଟମେଣ୍ଟ ମାଲିକାନାକୁ ନେଇ ଦେଖାଦେଇଥିବା ଦ୍ୱନ୍ଦ୍ୱ ଦୂର ହୋଇପାରିବ। ସୁବିଧାରେ ଘର ପାଇଁ ରେଜିଷ୍ଟ୍ରେଶନ କରି ହେବ। ବିଲ୍‌ଡରଙ୍କ ସହିତ ମଧ୍ୟ କୌଣସି ସମସ୍ୟା ରହିବ ନାହିଁ। କମନ ଏରିଆ ସହିତ ଜମିର ମାଲିକାନା ଓନର୍‌ ଆସୋସିଏଶନ ନାଁରେ ହିଁ ରହିବ। ଏହାଦ୍ୱାରା ବିଲ୍‌ଡର ଓ ଘର ମାଲିକଙ୍କ ମଧ୍ୟରେ ଲାଗି ରହୁଥିବା ବିବାଦର ଅନ୍ତ ହେବା ସହିତ ଘର କିଣାବିକା ସହଜରେ ହୋଇପାରିବ। ବର୍ଷେ ହେଲା ବନ୍ଦ ଥିବା ଆପାର୍ଟମେଣ୍ଟ ରେଜିଷ୍ଟ୍ରେଶନ ପାଇଁ ପୁଣି ବାଟ ଫିଟିବ।