BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ

“ମନ୍ତ୍ରୀଙ୍କୁ ପଚାରନ୍ତୁ” କାର୍ଯ୍ୟକ୍ରମ: ପ୍ରଶ୍ନ ପଚାରିଲେ ଚାଷୀ, ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ଵର: ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ । ତୃଣମୂଳ ସ୍ତରରେ ସେବା ପହଞ୍ଚିବାରେ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେଲେ ତୁରନ୍ତ ତାଙ୍କୁ ଜଣାଇବା ପାଇଁ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି । “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡିଶା–୨୦୨୬”ର ଅନ୍ତିମ ଦିବସରେ ଆୟୋଜିତ “ମନ୍ତ୍ରୀଙ୍କୁ ପଚାରନ୍ତୁ” କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏହା କହିଛନ୍ତି । ମତ୍ସ୍ୟଚାଷୀ ଓ ପ୍ରାଣିପାଳକଙ୍କ ଉନ୍ନତି ପାଇଁ ସରକାରଙ୍କ ଅଭିନବ ପ୍ରୟାସକୁ ଚାଷୀମାନେ ସ୍ଵାଗତ କରିଥିଲେ ଏବଂ ବିଭିନ୍ନ ଜିଲ୍ଲାରୁ ଆସିଥିବା ମତ୍ସ୍ୟଚାଷୀ ଓ ପ୍ରାଣିପାଳକମାନେ ମନ୍ତ୍ରୀ ଶ୍ରୀ ମଲ୍ଲିକଙ୍କ ସହ ସିଧାସଳଖ କଥା ହୋଇଥିଲେ ।

ଚାଷୀମାନେ ମୁଖ୍ୟତଃ ବ୍ଲକକୁ ପ୍ରଦାନ କରାଯାଉଥିବା ବିଭିନ୍ନ ଯୋଜନାର ଟାର୍ଗେଟ ସମ୍ପର୍କରେ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଥିଲେ।  ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଥିଲେ ଆମ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଯୋଜନାର ଟାର୍ଗେଟ୍ ଲିମିଟ୍ ନାହିଁ। ଅଧିକରୁ ଅଧିକ ଚାଷୀ ଯୋଜନାର ସୁଫଳ ନେବାକୁ ସେ ଆହ୍ଵାନ ଜଣାଇଥିଲେ। ରାଜ୍ୟ ସରକାର ଚାହାନ୍ତି ସମସ୍ତ ଯୋଜନାର ସୁଫଳ ସମସ୍ତ ଚାଷୀଙ୍କ ନିକଟରେ ପହଞ୍ଚୁ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ।

ମତ୍ସ୍ୟ ପୋଖରୀ ଯୋଜନାରେ ପ୍ରକଳ୍ପ ମୂଲ୍ୟ ବୃଦ୍ଧି, ନିୟମାବଳୀରେ ସଂଶୋଧନ ପାଇଁ ଚାଷୀମାନେ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ଯୋଜନାରେ ଋଣ ପ୍ରଦାନ ପାଇଁ ବ୍ୟାଙ୍କଗୁଡିକ ସହଯୋଗ କରୁନାହାନ୍ତି ବୋଲି ଚାଷୀମାନେ ଅଭିଯୋଗ କରିଥିବା ବେଳେ ବ୍ଲକ ସ୍ତରୀୟ, ଜିଲ୍ଲା ସ୍ତରୀୟ ଓ ରାଜ୍ୟ ସ୍ତରୀୟ ସମନ୍ଵୟ ବୈଠକରେ ତୁରନ୍ତ ସମସ୍ୟା ସମାଧାନ ପାଇଁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ପ୍ରକଳ୍ପ ଶେଷ ପରେ ରିହାତି ଅର୍ଥ ଠିକ୍ ସମୟରେ ପ୍ରଦାନ କରିବାକୁ ଚାଷୀମାନେ ମାନ୍ୟବର ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ସହ ବ୍ଲକ ସ୍ତରରେ ଥିବା ପ୍ରାଣୀ ଚିକିତ୍ସାଳୟରେ ପ୍ରାଣୀମାନଙ୍କ ପାଇଁ ମାଗଣା ଔଷଧ ପ୍ରଦାନ କରିବାର ସୁବ୍ୟବସ୍ଥା କରିବାକୁ ମଧ୍ୟ ଅନୁରୋଧ କରିଥିଲେ।

“ମନ୍ତ୍ରୀଙ୍କୁ ପଚାରନ୍ତୁ” କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ ଆଲାମ, ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ମତ୍ସ୍ୟଚାଷୀ, ପ୍ରାଣିପାଳକ, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ଦେଇଥିବା ଉତ୍ତରରେ ଚାଷୀମାନେ ସନ୍ତୋଷ ପ୍ରକାଶ କରିଥିବା କରିଥିବା କହିଥିଲେ।