BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପୂଜା କରୁ କରୁ ଚାଲିଗଲେ ପୂଜକ।

ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି ବ୍ଲକ ସିଙ୍ଗିରି ପଞ୍ଚାୟତ ମାସାହାଣି ଗ୍ରାମରେ ଏହି ଦୁଃଖଦ ଘଟଣା ଘଟିଛି । ମୃତ ପୂଜକ ହେଲେ ସେହି ଗ୍ରାମର ବୈକୁଣ୍ଠ ଶତପଥୀ। ସବୁଦିନ ପରି ଶନିବାର ସେ ଗ୍ରାମରେ ଥିବା ମହାଦେବ ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିଲେ। ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ହଠାତ୍‌ ବଜ୍ରପାତ ହୋଇଥିଲା। ନୀତିକାନ୍ତି କରୁଥିବା ବୈକୁଣ୍ଠ ଗୁରୁତର ହୋଇପଡିଥିଲେ। ତୁରନ୍ତ ତାଙ୍କୁ ପଟ୍ଟାମୁଣ୍ଡାଇ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଳି ତହସିଲଦାର ତପନ ସେନାପତି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ପୂଜକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଦାବି ହୋଇଛି।