BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କାର ପଛ ସିଟରେ ବସି ବେଲ୍ଟ ନ ବାନ୍ଧିଲେ ଜରିମାନା

ନୂଆଦିଲ୍ଲୀ : କାର୍‌ ପଛ ସିଟ୍‌ରେ ବସୁଥିବା ଯାତ୍ରୀ ଯଦି ସିଟ୍‌ବେଲ୍ଟ ବ୍ୟବହାର ନ କରନ୍ତି, ତେବେ ସେମାନଙ୍କୁ ଜରିମାନା ଦେବାକୁ ପଡ଼ିବ। ଖୁବ୍‌ଶୀଘ୍ର ସରକାର ଏଭଳି ନିଷ୍ପତ୍ତି ନେବାକୁ ଯାଉଥିବା ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ଏହା ଘୋଷଣା କରିଛନ୍ତି। ଦୁର୍ଘଟଣାରେ ସାଇରସ୍‌ ମିସ୍ତ୍ରୀଙ୍କ ମୃତ୍ୟୁର ଦୁଇଦିନ ପରେ ଏଭଳି ଘୋଷଣା କରାଯାଇଛି। ପଛସିଟ୍‌ରେ ସିଟ୍‌ବେଲ୍ଟ ନ ବାନ୍ଧିବା ସାଇରସ୍‌ଙ୍କ ମୃତ୍ୟୁର କାରଣ ହେଲା ବୋଲି କୁହାଯାଉଛି। ପଛସିଟ୍‌ରେ ବସୁଥିବା ଯାତ୍ରୀ ସିଟ୍‌ବେଲ୍ଟ ବାନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏହା ସତ୍ତ୍ୱେ ଲୋକେ ନିୟମ ମାନୁନାହାନ୍ତି। ତେଣୁ ଜରିମାନା ଲଗାଇବାକୁ ପଡ଼ିବ ବୋଲି ଗଡକରୀ କହିଛନ୍ତି।