BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଭୁବନେଶ୍ୱରରେ କାୟା ମେଲାଉଛି କରୋନା। ଆଜି ୧୫୦ ପଜିଟିଭ ଚିହ୍ନଟ।

ଭୁବନେଶ୍ବର,୯।୪(ବ୍ୟୁରୋ): ରାଜଧାନୀରେ ପୁଣିଥରେ କାୟା ମେଲାଉଛି କରୋନା। ଶୁକ୍ରବାର ଗୋଟିଏ ଦିନରେ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ୧୫୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ବିଏମ୍‌ସିର ସୂଚନା ଅନୁଯାୟୀ, ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ୧୧୭ ସ୍ଥାନୀୟ ସଂକ୍ରମିତ। ସ୍ଥାନୀୟ ସଂକ୍ରମଣ ମଧ୍ୟରେ ଏକାଧିକ ମାମଲା ନୟାପ୍ଲଲୀ, ଶାସ୍ତ୍ରୀ ନଗର, କଳିଙ୍ଗ ନଗର, ପଟିଆ, ଖଣ୍ଡଗିରି, ରସୁଲଗଡ଼ ଆଦି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ସକ୍ରିୟଙ୍କ ସଂଖ୍ୟା ୭୬୫ରେ ପହଞ୍ଚିଛି।