BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କିଟ ଛକରେ ରେଷ୍ଟ୍ରୁରାଣ୍ଟ ଓ ଦୋକାନରେ ଲାଗିଲା ନିଆଁ।

ଭୁବନେଶ୍ବର,୫/୫(ବ୍ୟୁରୋ): ଗତକାଲି ସନ୍ଧ୍ୟା ସାଢ଼େ ୮ଟା ସମୟରେ ଭୁବନେଶ୍ବର କିଟ୍‌ ରୋଡ୍‌ସ୍ଥିତ ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟି ବହୁ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। ପାଖାପାଖି ଦେଢ଼ଘଣ୍ଟା କାଳ ରେଷ୍ଟୁରାଣ୍ଟରେ ନିଆଁ ଲାଗିରହିଥିଲା। ରେଷ୍ଟୁରାଣ୍ଟ ସହ ଏହାର ସଂଲଗ୍ନ ଦୋକାନଗୁଡ଼ିକ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲେ। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଇନ୍‌ଫୋସିଟି ପୁଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।

ଏହି ଖବର ପାଇ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଘଟଣା ସ୍ଥଳରେ ପହଞ୍ଚି ଦୋକାନୀ ମାନଙ୍କୁ ଆଶ୍ବାସନା ଦେବା ସହିତ କ୍ଷତି ପୂରଣ ବାବଦରେ ଜିଲ୍ଲାପାଳଙ୍କ ସହିତ କଥା ହୋଇଥିଲେ। ସରକାରୀ ନିୟମ ଅନୁସାରେ କ୍ଷତି ପୂରଣ ମିଳିବ ବୋଲି ଲୋକମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ବିଧାୟକଙ୍କ ଏଭଳି କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିବା ସହିତ ସାଧୁବାଦ ଜଣାଇଛନ୍ତି।