BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପାର୍ବଣ ପାଇଁ ବଢିଲା କଟକଣା।

ଭୁବନେଶ୍ୱର : ରବିବାର (ଆସନ୍ତାକାଲି) ଠାରୁ ପୂଜା ପାଇଁ କୋଭିଡ ନିୟମ ଲାଗୁ ହେବ। କଟକ-ଭୁବନେଶ୍ବରରେ ରାତି ୮ଟାରୁ ସକାଳ ୫ ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ। ଏହି ସମୟରେ ଅମାନିଆଙ୍କ ପାଇଁ ଜରିମାନା ବ୍ୟବସ୍ଥା କରା ଯାଇଛି । ଅଧିକ ଅମାନିଆ ହେଲେ ଗିରଫ କରାଯିବ ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ।
ସେ କହିଛନ୍ତି, ରାତି ୮ଟା ପରେ କଟକ-ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ଭାବେ  ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଦଣ୍ଡ ଭୋଗିବେ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଯେ କେହି ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ସେ ନିବେଦନ କରିଛନ୍ତି ।
ପାର୍ବଣ ବେଳେ କମିଶନରେଟ୍ ପୁଲିସ୍ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ଓ ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ । କଟକ-ଭୁବନେଶ୍ବରରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ପୁଲିସ୍ କମିଶନର କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀ ପ୍ରିୟଦର୍ଶୀ କହିଛନ୍ତି।