BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମାର୍କେଟବିଲଡି° ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ

ଭୁବନେଶ୍ୱର,୪।୧(ବ୍ୟୁରୋ): ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ ବିଲ୍ଡି। ଉଠାଦୋକାନୀଙ୍କୁ ଉଠାଇବା ଦାବିରେ ଏହାକୁ ବନ୍ଦ କରିଦିଆଯାଇଥିବା ଜଣାପଡ଼ିଛି। ତେବେ ଜଣେ ଉଠାଦୋକାନୀ ମାର୍କେଟ ବିଲ୍ଡିଂରେ ଥିବା ଜଣେ ଦୋକାନୀଙ୍କୁ ଧମକ ଦେଇଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ପରେ ଘଟଣାସ୍ଥଳରେ କ୍ୟାପିଟାଲ ଥାନା ଆଇଆଇସି ଏବଂ ବିଏମ୍‌ସି କର୍ତ୍ତୃପକ୍ଷ ପହଞ୍ଚି ବୁଝାସୁଝା କରିବା ସହ ଉତ୍ତେଜନାକୁ ନିୟନ୍ତ୍ରଣ କରିଥିଲେ। ଘଟଣାର ପ୍ରତିବାଦରେ ମାର୍କେଟ ବିଲ୍ଡିଂ ପରିସରରେ ଥିବା ସମସ୍ତ ଦୋକାନକୁ ବନ୍ଦ ରଖିବା ଲାଗି ସେଣ୍ଟ୍ରାଲ ମାର୍କେଟ ଆସୋସିଏଶନ ନିଷ୍ପତ୍ତି ନେଇଛି। ଏପରିକି ଉଠାଦୋକାନୀମାନଙ୍କୁ ଯେତେଯାଏ ସେଠାରୁ ହଟା ନ ଯିବ ସେତେଯାଏ ଏହା ବନ୍ଦ ରହିବ ବୋଲି ଆସୋସିଏଶନ ଚେତାବନୀ ଦେଇଛି।