BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବରିଷ୍ଠ ନାଗରିକ ସ°ଘର ବାର୍ଷିକ ଉତ୍ସବ ଓ ଉତ୍କଳ ଦିବସ ପାଳିତ

ଭୁବନେଶ୍ୱର ୧/୪, ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀ ବରିଷ୍ଠ ନାଗରିକ ସଂଘର ବାର୍ଷିକ ଉତ୍ସବ ଓ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଉବରେ ମୁଖ୍ୟ ଅତିଥିଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗାଉଥିବା ବିଭିନ୍ନ ସୁବିଧା ସୁଯୋଗ ଉପରେ ଆଲୋଚନା କରିଥିଲେ ।

ସମ୍ମାନୀୟ ଅତିଥି ଭାବେ ରାଜ୍ୟବରିଷ୍ଠ ନାଗରିକ ସଂଘର ସଭାପତି ଡ. ମଧୁମାଧବ ଜେନା, ୮ନଂ ୱାର୍ଡର କର୍ପୋରେଟର ଲାଲମୋହନ ଟୁଡୁ, ୧୪ନଂ ୱାର୍ଡର କର୍ପୋରେଟର ମୋନାଲିସା ସାହୁ, ଯୁବନେତା ତଥା ସମାଜସେବୀ ମନୋଜ ସାହୁ ପ୍ରମୁଖ ଯୋଗଦାନ କରି ଉତ୍କଳ ଦିବସର ମହତ୍ୱ ଉପରେ ଆଲୋକପାତ କରିଥିଲେ । ଉକ୍ତ ସଭାରେ ସଂଘର ସଭାପତି ହାଡି ବନ୍ଧୁ ଦାସ ଅଧ୍ୟକ୍ଷତା କରି ସ୍ୱାଗତ ଭାଷଣ ରଖିଥିଲେ । ବରିଷ୍ଠ ନାଗରିକ ମାନଙ୍କର ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଉପରେ ଅତିଥିମାନେ ଆଲୋଚନା କରିଥିଲେ ।
ଏଥିରେ ପବିତ୍ର ମୋହନ ପରିଚ୍ଛା ଅଥିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲା ବେଳେ ସାଧାରଣ ସମ୍ପାଦକ ରବିନ୍ଦ୍ର କୁମାର ପନାୟକ ବାର୍ଷିକ ବିବରଣୀ ପାଠ କରିଥିଲେ । କୋଷାଧ୍ୟକ୍ଷ ବଂଶୀଧର ନାୟକ ଓ ଅନ୍ୟସଦସ୍ୟମାନେ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଉପସଭାପତି କୃଷ୍ଣଚନ୍ଦ୍ର ସୁଆର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।