BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସାମ୍ବାଦିକଙ୍କୁ ବେଡି ଘଟଣାରେ ପୋଲିସକୁ ଚେତାବନୀ

ଭୁବନେଶ୍ୱର,୮।୪(ବ୍ୟୁରୋ): ବାଲେଶ୍ୱର ଜିଲା ନୀଳଗିରିରେ ଜଣେ ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡ଼ି ପକାଇବା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ଭିତରେ ରିପୋର୍ଟ ଦେବା ଲାଗି ପୂର୍ବାଞ୍ଚଳ ଆଇଜିଙ୍କୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଥିବା ବେଳେ ଚାରିଆଡେ ପ୍ରତିବାଦର ସ୍ବର ଉଠୁଛି।
ଶୁକ୍ରବାର ହ୍ୟୁମାନ ରାଇଟ ସଂସ୍ଥାର ପ୍ରେସିଡେଣ୍ଟ ଡାକ୍ତର ଜିତେନ୍ଦ୍ର ମହାରଣା ନୀଳଗିରିରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ପରେ ଥାନାରେ ମଧ୍ୟ ପହଞ୍ଚି ପୋଲିସ ସହିତ ଆଲୋଚନା କରିଛନ୍ତି । ଏଭଳି ଅମାନୁଷିକ କାର୍ଯ୍ୟକୁ ସେ ସମାଲୋଚନା କରି ବା ସହ ଦରକାର ପଡ଼ିଲେ ସଂସ୍ଥା ପୋଲିସ ବିରୋଧରେ ମାମଲା ରୁଜୁ କରିବ ବୋଲି ସେ ଚେତାବନୀ ଦେଇଛନ୍ତି ।