BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଗୌସିଆ ମସଜିଦରେ ବୃକ୍ଷ ରୋପଣ

ଭୁବନେଶ୍ୱର ; ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓ୍ବାର୍ଡ ଅର୍ନ୍ତଗତ ସୈନିକ ସ୍କୁଲ ନିକଟସ୍ଥ ଗୌସିଆ ମସଜିଦ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମସଜିଦ କମିଟିର ସମ୍ପାଦକ ଦିଲଦାର ମହମଦଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମୁନା ଖାଁ, ସମ୍ମାନିତ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ୧୨ ନମ୍ବର ଓ୍ବାର୍ଡର କର୍ପୋରେଟର ଜୟନ୍ତୀ ସାହୁ, ବିଜେଡି ଜିଲ୍ଲା ସମ୍ପାଦକ ପ୍ରଶନ୍ନ କୁମାର ସାହୁ, ୯ ଓ ୧୦ ନମ୍ବର ଓାର୍ଡର କର୍ପୋରେଟର ଓ ଅନ୍ୟ ମାନଙ୍କ ମଧ୍ୟରେ ମସଜିଦ କମିଟିର ଉପଦେଷ୍ଟା ତଥା ଆଇନଜୀବୀ ହାସନ୍ ଖାନ୍‌, ମୋଲବି ମହସିନ୍ ରାଜା, ଯୁବନେତା ଚଗଲା ଜେନା, ଗଗନ ବିହାରୀ ପଣ୍ଡା, ଇଂ ଏମ୍ ଆର ଖାନ୍‌, ସେକ୍ ବାବୁ ପ୍ରମୁଖ ଯୋଗଦେଇ ମସଜିଦ ପରିସରରେ ଅମ୍ବ, ପଣସ ଓ ନଡିଆ ଇତ୍ୟାଦି ଚାରା ରୋପଣ କରିଥିଲେ । ସଭାପତି ମହମ୍ମଦ ସିକନ୍ଦର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ସମସ୍ତ ଅତିଥି ମାନଙ୍କୁ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।