BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିଇଡି ପାଇଁ ନାମ ଲେଖା ଆରମ୍ଭ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଓ ସ୍ବୟଂ ଶାସିତ କଲେଜଗୁଡ଼ିକରେ ବିଇଡି, ବିଏଚ୍‌ଇଡି ଓ ଏମ୍‌ଇଡି ନାମଲେଖା ପାଇଁ ପ୍ରକ୍ରିୟା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି। ଚଳିତ ବର୍ଷର ପ୍ରବେଶିକା ପରୀକ୍ଷା ସେବା ଚୟନ ବୋର୍ଡ(ଏସ୍‌ଏସ୍‌ବି) ଦ୍ୱାରା ପରିଚାଳିତ ହେବାକୁ ଥିବାବେଳେ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇଛି।
ପ୍ରବେଶିକା ପାଇଁ ଆବେଦନ ମେ’ ୪ ତାରିଖରେ ଆରମ୍ଭ ହୋଇ ୧୪ରେ ଶେଷ ହେବ। ୧୮ ତାରିଖ ସୁଦ୍ଧା ଆବେଦନ ସମ୍ପର୍କିତ ତଥ୍ୟ ଓ କମ୍ପ୍ୟୁଟର ପ୍ରୟୋଗ କେନ୍ଦ୍ର(ଓକାକ୍‌) ଏସ୍‌ଏସ୍‌ବ ନିକଟରେ ଦାଖଲ କରିବ। ଜୁନ ୧ରୁ ୧୧ ତାରିଖ ମଧ୍ୟରେ ଆଡ୍‌ମିଟି କାର୍ଡ ଅନ୍‌ଲାଇନରେ ଉପଲବ୍ଧ ହେବ। ଜୁନ ୧୦ ତାରିଖରେ ଏମ୍‌ଇଡି ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଓ ୧୧ ତାରିଖରେ ବିଇଡି ଏବଂ ବିଏଚଇଡି ପ୍ରବେଶିକା ଅନୁଷ୍ଠିତ ହେବ।