BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିଧାୟକଙ୍କ ଗାଡିକୁ ଅଣ୍ଡା ମାଡ

ଭବାନୀପାଟଣା,୭।୧୧(ବ୍ୟୁରୋ): ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ପକ୍ଷରୁ ମନ୍ତ୍ରୀଙ୍କ ବହିଷ୍କାର ଦାବି କରାଯାଉଛି। । ରାଜ୍ୟ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯାଉଥିବା ବେଳେ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। ଶନିବାର ମଧ୍ୟ ଭାଜପା ପକ୍ଷରୁ କଳା ପତାକା ପ୍ରଦର୍ଶନ କରିଯାଇଥିଲା।
ଜୁନାଗଡ଼ ଠାରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ପକ୍ଷରୁ ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମଥୁରା ଠାରୁ ଏକ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ତେବେ ଏହି ଶୋଭାଯାତ୍ରାରେ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ରାଜ୍ୟ ସଭା ଏମ୍‌ପି ସୁଜିତ କୁମାର ଓ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯାଉଥିଲେ। ଏହି ସମୟରେ ବିରୋଧୀମାନେ ଗାଡ଼ିକୁ ଅଣ୍ଡାମାଡ଼ କରିଛନ୍ତି। ଘଟଣାସ୍ଥଳରେ ବିଜେଡି-ଭାଜପା କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି।