BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଉତ୍କଳ କେଶରୀ ଡ଼ ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପରିସରରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଶାର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହାତାବଙ୍କର ୩୬ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି।ଆଜି ପୂର୍ବାହ୍ନରେ ବିଧାନସଭା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଉପ ବାଚସ୍ପତି ରଜନୀକାନ୍ତ ସିଂ, ବରିଷ୍ଠ ବିଧାୟକ ପ୍ରଫୁଲ୍ଲ କୁମାର ସାମଲ, ଅମର ପ୍ରସାଦ ଶତପଥୀଙ୍କ ସମେତ ବିଧାନସଭା ସଚିବ ଦାଶରଥୀ ଶତପଥି ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉତ୍କଳ କେଶରୀ ଡ.ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଛ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।
କାର୍ଯ୍ୟକ୍ରମରେ ବିଧାସଭାର ଯୁଗ୍ମ ନିର୍ଦ୍ଦେଶକ ଶିବ ପ୍ରସାଦ ପଟ୍ଟନାୟକ ସଂଯୋଜନା କରିଥିଲେ ଏବଂ ଶାସ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଡ. ମହତାବଙ୍କ ଜୀବନୀ ଆଧାରିତ ସଙ୍ଗୀତ ପରିବେଷଣ କରାଯାଇଥିଲା।