BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଦରଦାମ ବୃଦ୍ଧି ପ୍ରତିବାଦରେ ଘେରିବ ବିଜେଡି।

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଘଟିଛି। ଏହା ବିରୋଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି  ରାଜଧାନୀଠାରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ ବୋଲି ଶନିବାର ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି।
ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା କହିଛନ୍ତି ଯେ ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଯୋଗୁ ଓଡ଼ିଶା ତଥା ସମଗ୍ର ଦେଶର ସାଧାରଣ ଜନତା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି। କେନ୍ଦ୍ରରେ କ୍ଷମତାସୀନ ଭାଜପା ସରକାର ଏହି ଦରଦାମ ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଦର ବୃଦ୍ଧି ପ୍ରତିବାଦରେ ରବିବାର ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ପ୍ରଦର୍ଶନ କରାଯିବ। କେନ୍ଦ୍ରର ଭାଜପା ସରକାର ଦ୍ୱାରା ପେଟ୍ରୋଲ, ଡିଜେଲ, ଏଲ୍‌ପିଜି, ଖାଇବାତେଲ, ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ହ୍ରାସ ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ। ସେହିପରି ନଭେମ୍ବର ୧ ତାରିଖରେ ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହିତ ଜିଲାପାଳ,ଉପଜିଲାପାଳ, ବିଡିଓ କିମ୍ବା ଅନ୍ୟ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ ବୋଲି ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି।