BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେଡି ମେୟର

ଭୁବନେଶ୍ୱର,୮।୩(ବ୍ୟୁରୋ): ଆଗାମୀ ୨୪ ତାରିଖରେ ରାଜ୍ୟର ପୌରାଞ୍ଚଳରେ ନିର୍ବାଚନ ହେବ। ସୋମବାର ନାମାଙ୍କନର ଶେଷ ହୋଇଥିବାବେଳେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହେବ । ୧୪ରେ ଇଚ୍ଛୁକ ପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ତେବେ ଆଜିଠାରୁ ପ୍ରଚାର ମଇଦାନ ସରଗରମ ହୋଇଛି। ଭୁବନେଶ୍ୱର ମହାନଗର ନିଗରର ବିଜୁ ଜନତା ଦଳର ମେୟର ପ୍ରାର୍ଥୀ ସୁଲୋଚନା ଦାସ ନାମାଙ୍କନ ପତ୍ର ଦାଖଲ କରିବା ପରେ ମଙ୍ଗଳବାରରୁ ପ୍ରଚାର ଆରମ୍ଭ କରିଛନ୍ତି । ସୁଲୋଚନା ପ୍ରଚାର ଆରମ୍ଭ କରିବା ପୂର୍ବରୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ଆର୍ଶିବାଦ ଲାଭ କରିଛନ୍ତି । ପରେ ସମର୍ଥକଙ୍କୁ ନେଇ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ବିକାଶମୂଳକ କାମକୁ ଆଗକୁ ନେବୁ । ବିଜେଡି ବିପୁଳ ସଂଖ୍ୟା ବିଜୟ ଲାଭ କରିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି ।