BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବିଜେପି ‘ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟ’ ନିର୍ବାଚନ ପ୍ରକ୍ରିୟା ସ୍ଥଗିତ – ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର : ପୁରୀ ଅଭାବନୀୟ ଘଟଣା କାରଣରୁ ‘ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ’ ନିର୍ବାଚନ ପ୍ରକ୍ରିୟା ସ୍ଥଗିତ ରଖାଯାଇଛି ବୋଲି ବିଜେପି ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ଆଜି  ପୁରୀଠାରେ ଯେଉଁ ଦୁର୍ଭାଗ୍ୟଜନକ ଘଟଣା ଘଟିଯାଇଛି, ସେଥିରେ ୩ ଜଣ ଶ୍ରଦ୍ଧାଳୁ ପ୍ରାଣ ହରାଇବା ସହିତ ଅନେକ ଭକ୍ତ ଆହତ ହୋଇ ଚିକିତ୍ସିତ ହୋଇଛନ୍ତି। ମୃତାହତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇନାହିଁ। ଏଭଳି ଅଭାବନୀୟ ଘଟଣା ଆମ ସମସ୍ତଙ୍କୁ ମର୍ମାହତ କରିବା ସହିତ ବିଚଳିତ କରିଛି। ମୃତାହତ ଶ୍ରଦ୍ଧାଳୁଙ୍କ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରୁଛୁ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ ପ୍ରକାଶ କରିଛନ୍ତି।

ଏହି କାରଣରୁ ଆସନ୍ତା ଜୁଲାଇ ୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବିଜେପି ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ସ୍ଥଗିତ ରଖାଯାଉଛି । ଆଜିଠାରୁ ସମସ୍ତ ପ୍ରକାରର ନିର୍ବାଚନ ପ୍ରକ୍ରିୟା ସ୍ଥଗିତ ରଖାଗଲା ଏବଂ ପରବର୍ତ୍ତି ସମୟରେ ନିର୍ବାଚନ ପ୍ରସଙ୍ଗରେ ସୂଚନା ଦିଆଯିବ ବୋଲି ଶ୍ରୀ ଷଡଙ୍ଗୀ ଏଠାରେ ଆୟାଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି ଉପସ୍ଥିତ ଥିଲେ।